ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆଜି ଯାଇଛି ୧ଟଙ୍କା। ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯାଇଛି। ସୁଭଦ୍ରା ଯୋଜନାକୁ ସ୍ୱାଗତ ପାଇଁ ଆଜି ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ବିଶାଳ ପଦଯାତ୍ରାରେ ଯୋଗଦେବା ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି।