୨୩ ଦିନ ପରେ ଆଫ୍ରିକାରୁ ଜନ୍ମମାଟିକୁ ଫେରିଲା ଓଡ଼ିଆ ଶ୍ରମିକଙ୍କ ମୃତଦେହ। କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ମାନପୁର ଗାଁର ଦିବାକର ଜେନାଙ୍କ ମୃତଦେହ ଘରକୁ ଫେରିଛି। ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ମୃତଦେହ ଫେରାଇ ଅଣାଯାଇଛି। ମୃତଦେହ ଘରେ ପହଞ୍ଚିବା ପରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା।
Also Read
୮ ମାସ ତଳେ ପାଣି ପାଇପ କାମ କରିବା ପାଇଁ ଜଣେ ଏଜେଣ୍ଟଙ୍କ ଜରିଆରେ ମଧ୍ୟ ଆଫ୍ରିକାର କଙ୍ଗୋକୁ ଯାଇଥିଲେ ଦିବାକର। ହେଲେ ଗତ ଡିସେମ୍ବର ୧୫ ତାରିଖରେ ସେଠାରେ କୌଣସି କାରଣ ବଶତଃ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ମୃତଦେହ ଘରକୁ ଫେରିପାରୁନଥିବା ବେଳେ ଏନେଇ ପରିବାର ଲୋକେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ନିବେଦନ କରିଥିଲେ। ବୈଜୟନ୍ତ ପଣ୍ଡା ସେଠାକାର ଦୂତାବାସକୁ ଚିଠି ଲେଖିବା ପରେ ମୃତଦେହ ଫେରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ହାଇକୋର୍ଟରେ ରାଜ୍ୟ ମହିଳା ଆୟୋଗ ବରଖାସ୍ତ ମାମଲା, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ, ୧୧ରେ ପରବର୍ତ୍ତୀ ଶୁଣାଣି
ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜିବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ଆଜି ରାଜ୍ୟ ମହିଳା ଆୟୋଗର ୩ଜଣ ବରଖାସ୍ତ ସଦସ୍ୟ ସ୍ୱର୍ଣ୍ଣଲତା ସାମଲ, ବବିତା ସ୍ୱାଇଁ ଓ ବିଜୟ ବରୁୱାଙ୍କ ଦ୍ୱାରା ଦାଏର ପୃଥକ ପୃଥକ ଆବେଦନର ଏକାଠି ଶୁଣାଣି କରିଥିଲେ ।
Miscellaneous
ନେଲେ ଶିଳ୍ପ ପାଇଁ, କଲେ ଆପାର୍ଟମେଣ୍ଟ
୫ ଏକର ଶିଳ୍ପ ଜମିକୁ ଘରବାରି କିସମରେ ପରିବର୍ତ୍ତନ କରିଦେବା ଘଟଣା। ରାଜସ୍ୱ ବିଭାଗ ନିର୍ଦ୍ଦେଶ ପରେ ବି ମାମଲା ରୁଜୁ କରୁନାହାନ୍ତି ଜିଲ୍ଲାପାଳ।
Miscellaneous
‘ରାଷ୍ଟ୍ରବାଦୀ ନେତା ଥିଲେ ଉତ୍କଳକେଶରୀ ଡକ୍ଟର ହରେକୃଷ୍ଣ ମହତାବ’
ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନ ପରିସରରେ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ମହାସମାରୋହ ପାଳିତ ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
Miscellaneous
୧୦ ଟଙ୍କାରେ ପାଇଲସ୍ ଭଲ ହୋଇଯିବ!
ବଡ଼ମ୍ବାରୁ ଆସିଥିବା ସତିଆ ମଉସା କଟକ ବାଲିଯାତ୍ରାରେ ବିକ୍ରି କରୁଛନ୍ତି ଏହି କାଠି।
Miscellaneous
ଆସନ୍ତାକାଲି ଭାଙ୍ଗାଯିବନି ବୈକୁଣ୍ଠଧାମ ଆଶ୍ରମ
ବୈକୁଣ୍ଠଧାମ ଆଶ୍ରମରେ ବାବା ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ଲୀଳାଖେଳା କରୁଥିଲେ। ପ୍ରତିଦିନ ଭକ୍ତଙ୍କୁ ଭେଟୁଥିଲେ ଓ ପ୍ରବଚନ ଦେଉଥିଲେ। ସେଥିପାଇଁ ଭକ୍ତଙ୍କ ପ୍ରବଳ ଭିଡ ଜମୁଥିଲେ।