Advertisment

ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ

ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା।

Puri

Puri

Advertisment

ଆଜି ବସିବ ପ୍ରଥମ ରଥଯାତ୍ରା ସମନ୍ୱୟ କମିଟି ବୈଠକ। ପୁରୀ ଟାଉନ ହଲ୍ ପରିସରରେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏବର୍ଷ କିପରି ସୁରୁଖୁରୁରେ ଶାନ୍ତି ଶୃଙ୍ଖଳାର ସହ ଘୋଷଯାତ୍ରା କରାଯିବ, ତା’ ଉପରେ ବିଭିନ୍ନ ଉନ୍ନତୀକରଣ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯିବ।

Advertisment

ବିଶେଷ କରି ରାସ୍ତାଘାଟ, ସ୍ୱାସ୍ଥ୍ୟ, ପରିମଳ, ବିଦ୍ୟୁତ୍ କରଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ଯାତ୍ରୀ ପାର୍କିଂ, ଏହାସହ ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ
କରିବା ଉପରେ ଆଲୋଚନା କରାଯିବ। ଚଳିତବର୍ଷ ନବଯୌବନ, ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡୁଥିବାରୁ ତା ଉପରେ ମଧ୍ୟ ବୈଠକରେ ଆଲୋଚନା କରାଯିବ।

ଏହା ସହିତ ଗତବର୍ଷ ରଥଯାତ୍ରାରେ ହୋଇଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରି ସମସ୍ତ ବିଭାଗ ନିଜ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯିବ।

Advertisment
Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe