Advertisment

ଓଡ଼ିଶାକୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍

ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଛି ବନ୍ଦେ ଭାରତ ଏକ୍ସପ୍ରେସ। ଏହା ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ଓ ବିଜୟନଗରମ୍‌ରେ ରହିବ।

Vand Bharat Express

Vande Bharat Express

Advertisment

ଓଡ଼ିଶାକୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ବିଶାଖାପାଟଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଛି ବନ୍ଦେ ଭାରତ ଏକ୍ସପ୍ରେସ। ଏହା ଖୋର୍ଦ୍ଧା ରୋଡ୍, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ଓ ବିଜୟନଗରମ୍‌ରେ ରହିବ।

Advertisment

ଶନିବାର ବ୍ୟତୀତ ସପ୍ତାହକୁ ୬ ଦିନ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ। ଓଡ଼ିଶା ସମେତ ସମଗ୍ର  ଦେଶରେ ୧୦ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ଅହମ୍ମଦାବାଦ ଗସ୍ତ ଅବସରରେ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ବନ୍ଦେ ଭାରତ ଏକ୍ସପ୍ରେସ ସହ ୨୭୪ ରେଳ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ ହୋଇଛି। ଅହମ୍ମଦାବାଦରେ ପତାକା ଦେଖାଇ ପ୍ରଧାନମନ୍ତ୍ରୀ ଏସବୁ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। କାର୍ଯ୍ୟକ୍ରମରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଓ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟ୍ଟେଲ ପ୍ରମୁଖ ଉପସ୍ଥିତ ଥିଲେ। 

Advertisment
Odisha Vande Bharat Express
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe