Advertisment

ଭୁବନେଶ୍ୱର ବିମାନବନ୍ଦରରେ କଲରାପତରିଆ ବାଘ ଆତଙ୍କ!

ଭୁବନେଶ୍ୱର ବିମାନବନ୍ଦରରେ ପୁଣି ଥରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବିମାନ ବନ୍ଦର ପରିସର ଡମ୍ପିଂ ୟାର୍ଡରେ ବାଘ ଥିବା ସୂଚନା ମିଳିଛି ।

Forest dept vehicle

Forest dept vehicle

Advertisment

ଭୁବନେଶ୍ୱର ବିମାନବନ୍ଦରରେ ପୁଣି ଥରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବିମାନ ବନ୍ଦର ପରିସର ଡମ୍ପିଂ ୟାର୍ଡରେ ବାଘ ଥିବା ସୂଚନା ମିଳିଛି । ଏହି ଖବର ପ୍ରଚାରିତ ହେବା ପରେ ବିମାନବନ୍ଦର ଆଖପାଖ ଅଞ୍ଚଳବାସୀଙ୍କ ମଧ୍ୟରେ କୋକୁଆ ଖେଳି ଯାଇଛି।

Advertisment

ଡମ୍ପିୟାର୍ଡ କର୍ମଚାରୀମାନେ କଲରାପତରିଆ ଦେଖିଥିବା କହିଛନ୍ତି । ବାଘକୁ ଠାବ କରିବାକୁ ବନ ବିଭାଗ ଓ ପୁଲିସ ପକ୍ଷରୁ ଉଦ୍ୟମ କରାଯାଉଛି । ପ୍ଲାଷ୍ଟିକ ଜାଲ ଓ ଅନ୍ୟାନ ଉପକରଣ ସହ ସଜାଗ ରହିଛି ବନବିଭାଗ ।

ପୂର୍ବରୁ ଗତ ୨୦୧୯ ଫେବ୍ରୁଆରୀ ୨୦ ତାରିଖରେ ଏୟାରପୋର୍ଟ ଅଞ୍ଚଳରେ ବାଘ ଦେଖାଯାଇଥିଲା । ବାଘଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲା ବନବିଭାଗ ।

Advertisment

ଏବେ ପୁଣି ଥରେ ବାଘ ବୁଲୁଥିବା ଖବର ପ୍ରଚାରିତ ହେଉଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି। ଏନେଇ  ବନ ଅଧିକାରୀଙ୍କ ସୂଚନା ମିଳି ପାରିନି। 

Biju Patnaik Airport
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe