Advertisment

ରତ୍ନଭଣ୍ଡାର ଖୋଲିବାର ଶୁଭ ମୁହୂର୍ତ୍ତ ଦିନ ୧ଟା ୨୮ ମିନିଟ

ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ। ଯାଞ୍ଚ କମିଟିରୁ ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବେ।

ଅଦ୍ୟତନ ହୋଇଛି
Justice Biswanath Ratha

Justice Biswanath Ratha

Advertisment

ଦୀର୍ଘ ୪୬ ବର୍ଷର ପ୍ରତୀକ୍ଷାର ଅନ୍ତ ହେବ। ଆଜି ଖୋଲିବ ରତ୍ନଭଣ୍ଡାର। ସେଥିପାଇଁ ଶୁଭ ମୁହୂର୍ତ୍ତ ଧାର୍ଯ୍ୟ ହୋଇସାରିଛି। ରତ୍ନଭଣ୍ଡାର ଖୋଲିବା ପାଇଁ ଦିନ ୧ଟା ୨୮ ମିନିଟ ହେଉଛି ଶୁଭ ମୁହୂର୍ତ୍ତ। ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏହି ସୂଚନା ଦେଇଛନ୍ତି।

Advertisment

ସେ କହିଛନ୍ତି, ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ। ଯାଞ୍ଚ କମିଟିରୁ ମୁଁ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବୁ। ୧ଟା ୨୮ ସୁଦ୍ଧା ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ମୁଖ୍ୟ ପ୍ରଶାସକ ଟ୍ରେଜେରୀରୁ ଚାବି ମଗାଇଛନ୍ତି।

ରତ୍ନଭଣ୍ଡାର ଖୋଲା ଯିବା ସମୟରେ ମନ୍ଦିର ନ ଆସିବାକୁ ଶ୍ରଦ୍ଧାଳୁଙ୍କୁ ଅପିଲ୍ କରିଛନ୍ତି ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ।

Advertisment

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଛନ୍ତି, ରତ୍ନଭଣ୍ଡାର ଭିତରକୁ ଯିବେ ୧୧ ଜଣ ସଦସ୍ୟ। ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ASI ଅଧୀକ୍ଷକ, ରତ୍ନଭଣ୍ଡାର ସବ୍‌ କମିଟିର ଜଣେ, ହାଇଲେବୁଲ କମିଟିର ୨ ଜଣ ସଦସ୍ୟ, ଗଜପତି ମହାରାଜାଙ୍କ ପ୍ରତିନିଧି, ପାଟ୍ଟଯୋଶୀ ମହାପାତ୍ର, ଭଣ୍ଡାର ମେକାପ, ତଢ଼ଉ କରଣ ଓ ଦେଉଳ କରଣ ରତ୍ନଭଣ୍ଡାର ଭିତରକୁ ଯିବେ। ଆଜି ଗଣତି ହେବନି। ଖାଲି ରତ୍ନଭଣ୍ଡାର ଖୋଲାଯିବ, ଯାଞ୍ଚ ହେବ ଓ ସିଫ୍ଟିଂ ହେବ। ଭିତର ରତ୍ନଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା। ଭିତର ରତ୍ନଭଣ୍ଡାରର ମରାମତି ପରେ ଗଣତି କାମ କରାଯିବ।

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଶ୍ରୀମନ୍ଦିରରେ ପହଞ୍ଚିଛି ଆଜ୍ଞାମାଳ। ଶ୍ରୀଲୋକନାଥଙ୍କ ମନ୍ଦିରରୁ ଆଜ୍ଞାମାଳ ଆସି ଶ୍ରୀମନ୍ଦିରରେ ପହଞ୍ଚିଛି। ଆଜ୍ଞାମାଳ ଧରି ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି ସେବାୟତ।

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସବୁ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଛି। ଶ୍ରୀମନ୍ଦିର ଭିତରକୁ ଯାଇଛନ୍ତି ୧୫ ଜଣିଆ ଓଡ୍ରାଫ ଟିମ୍‌। ହାଇମାସ୍ଟ ଲାଇଟ ଧରି ସେମାନେ ଭିତରକୁ ଯାଇଛନ୍ତି। ଶ୍ରୀମନ୍ଦିର ବାହାରେ ସ୍ନେକ ହେଲପ୍ ଲାଇନ ଟିମ୍‌ ସଦସ୍ୟ ମଧ୍ୟ ଉପସ୍ଥିତ ଅଛନ୍ତି। ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଅନୁଯାୟୀ, ରତ୍ନଭଣ୍ଡାର ଖୋଲିବା ବେଳେ ସାମୟିକ କଟକଣା ରହିବ। ସିଂହଦ୍ୱାରକୁ ଛାଡ଼ି ବାକି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ। କମିଟିର ସଦସ୍ୟ ଯିବା ବେଳେ ବି ଯାଞ୍ଚ କରାଯିବ। ବେହରଣ ଦ୍ୱାର ନିକଟରେ ସେମାନଙ୍କୁ ଯାଞ୍ଚ କରାଯିବ।

Puri Shreemandir Ratna Bhandar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe