Advertisment

ଆଜି ନୌସେନା ଦିବସ; ବିଶ୍ୱ ଦେଖିବ ଭାରତୀୟ ନୌବାହିନୀର ପରାକ୍ରମ

ଜଳ, ସ୍ଥଳ ଓ ଆକାଶ ପଥରେ ଜଲୱା ଦେଖାଇବେ ନୌସେନାର ଯବାନ।

Navy day

Navy day

Advertisment

ଆଜି ନୌସେନା ଦିବସ। ପୁରୀ ସମୁଦ୍ରର ଅଥଳ ଜଳରାଶିରେ ରଣ କୌଶଳ ଦେଖାଇବେ ନୌବୀର। ନୌସେନାର ଏହି ପରାକ୍ରମକୁ ଦେଖିବେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ। ଏଥିପାଇଁ ପୁରୀ ବ୍ଲୁ ଫ୍ଲାଗ ବିଚରେ ସମସ୍ତ ପ୍ରସ୍ତୁତି ସରିଛି।

Advertisment

ଜଳ, ସ୍ଥଳ ଓ ଆକାଶ ପଥରେ ଜଲୱା ଦେଖାଇବେ ନୌସେନାର ଯବାନ। ଏହି କାର୍ଯ୍ୟକ୍ରମରେ ୧୫ଟି ଯୁଦ୍ଧ ଜାହାଜ, ଓ ୪୦ ଏୟାରକ୍ରାଫ୍ଟ୍ ସାମିଲ ହୋଇ ଯୁଦ୍ଧକୌଶଳ ଦେଖାଇବେ। INS ଜଲସା, ମିଶାଇଲ୍ ଡେଷ୍ଟ୍ରୋୟର INS ଦିଲ୍ଲୀ, INS ଶକ୍ତି, INS ସର୍ୟୁ, INS ଅରିହନ୍ତ, INS ସାତପୁରା ପ୍ରମୁଖ ନେଭି ଡେ ଉତ୍ସବରେ ସାମିଲ ହୋଇ ପରାକ୍ରମ ଦେଖାଇବେ।

ସେହିପରି ହକ୍, ସି-କିଙ୍ଗ, ମିଗ୍-29 ଭଳି ଫାଇଟର ଜେଟ୍ ଓ ଚେତକ, MS-60 ହେଲିକପ୍ଟର ଦେଖାଇବେ ନୌସେନାର ବୀରତ୍ୱ। ଆଜି ଅପରାହ୍ଣ ୪ଟା ୦୭ରୁ ୫ଟା ୨୪ ପର୍ଯ୍ୟନ୍ତ ଚାଲିବ ନୌସେନାର ଆଖିଝଲସା ସମରକୌଶଳ ପ୍ରଦର୍ଶନ।

Advertisment

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏଥିରେ ମୁଖ୍ୟ ଅତିଥି ହେବେ। ପ୍ରଥମ ଥର ପାଇଁ ଓଡ଼ିଶାରେ ଏତେ ବଡ଼ କାର୍ଯ୍ୟକ୍ରମ ହେଉଥିବାରୁ ଲୋକଙ୍କ ଭିତରେ ଉତ୍ସାହ ଖୁବ୍ ଅଧିକ ରହିଛି। ଉଦ୍ଭାବନ ଓ ସ୍ୱଦେଶୀକରଣ ଦ୍ୱାରା ଶକ୍ତି ଓ ସାମର୍ଥ୍ୟ ହେଉଛି ଏଥର ନୌସେନା ଦିବସର ଥିମ୍। ନୌସେନା ଦିବସ ପାଳନ ନେଇ ପୁରୀରେ ସୁରକ୍ଷାକୁ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।  ଆଜି ନୌସେନା ଦିବସ ଦେଖିବାକୁ ସମସ୍ତ ବିଧାୟକ ବସରେ ପୁରୀ ଯିବେ ବୋଲି ସୂଚନା ମିଳିଛି।

Puri Indian Navy Day Navy Day
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe