/odisha-reporter/media/post_attachments/uploadimage/library/16_9/16_9_0/IMAGE_1700188655.jpg)
Nandankanan
ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଆଜି ପ୍ରତିଷ୍ଠା ଦିବସ। ୬୪ତମ ପ୍ରତିଷ୍ଠା ଦିବସରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଯୋଗଦେଇ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଏହି ଅବସରରେ ନନ୍ଦନକାନନର ବାର୍ଷିକ ରିପୋର୍ଟ ପ୍ରକାଶ କରିବା ସହ ନନ୍ଦନକାନନର ଥିମ୍ ସଙ୍ଗ ରିଲିଜ ହେବ।
Advertisment
ସେହିପରି ୱାଲାବି ଏନକ୍ଲୋଜରର ଉଦଘାଟନ, କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍କୁ ସ୍ୱତନ୍ତ୍ର ଖୁଆଡରେ ଛଡାଯିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ନନ୍ଦନକାନନ୍ ଇଣ୍ଟିଗ୍ରେଟେଡ୍ ମନିଟରିଂ ସିଷ୍ଟମ୍ ଆପ୍, ଷ୍ଟେଟ୍ ବଟାନିକାଲ୍ ଗାର୍ଡେନର ୱେବସାଇଟ୍ ଉନ୍ମୋଚନ ଏବଂ ରାଜ୍ୟ ବଟାନିକାଲ୍ ଗାର୍ଡେନରେ ବାମ୍ବୁସେଟମ୍ ର ଉଦଘାଟନ କରିବେ ମନ୍ତ୍ରୀ।
ସେହିପରି ବଟାନିକାଲ୍ ଗାର୍ଡେନରେ ହାଇଡ୍ରୋଫାଇଟ୍ ଗାର୍ଡେନର ଉଦଘାଟନ ସହ ବାଘ ମାନଙ୍କ ନାମ ଘୋଷଣା କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
