Advertisment

ଆଜି ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୬୪ତମ ପ୍ରତିଷ୍ଠା ଦିବସ

୬୪ତମ ପ୍ରତିଷ୍ଠା ଦିବସରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଯୋଗଦେଇ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ।

Nandankanan

Nandankanan

Advertisment

ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଆଜି ପ୍ରତିଷ୍ଠା ଦିବସ। ୬୪ତମ ପ୍ରତିଷ୍ଠା ଦିବସରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ ଯୋଗଦେଇ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଏହି ଅବସରରେ ନନ୍ଦନକାନନର ବାର୍ଷିକ ରିପୋର୍ଟ ପ୍ରକାଶ କରିବା ସହ ନନ୍ଦନକାନନର ଥିମ୍ ସଙ୍ଗ ରିଲିଜ ହେବ।

Advertisment

ସେହିପରି ୱାଲାବି ଏନକ୍ଲୋଜରର ଉଦଘାଟନ, କ୍ୟୋସେୱାରୀ ଓ ଅଷ୍ଟ୍ରିଜ୍କୁ ସ୍ୱତନ୍ତ୍ର ଖୁଆଡରେ ଛଡାଯିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ନନ୍ଦନକାନନ୍ ଇଣ୍ଟିଗ୍ରେଟେଡ୍ ମନିଟରିଂ ସିଷ୍ଟମ୍ ଆପ୍, ଷ୍ଟେଟ୍ ବଟାନିକାଲ୍ ଗାର୍ଡେନର ୱେବସାଇଟ୍ ଉନ୍ମୋଚନ ଏବଂ ରାଜ୍ୟ ବଟାନିକାଲ୍ ଗାର୍ଡେନରେ ବାମ୍ବୁସେଟମ୍ ର ଉଦଘାଟନ କରିବେ ମନ୍ତ୍ରୀ।

ସେହିପରି ବଟାନିକାଲ୍ ଗାର୍ଡେନରେ ହାଇଡ୍ରୋଫାଇଟ୍ ଗାର୍ଡେନର ଉଦଘାଟନ ସହ ବାଘ ମାନଙ୍କ ନାମ ଘୋଷଣା କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।

Advertisment
Bhubaneswar Nandankanan Zoological Park
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe