କାଲିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ସାତକୋଶିଆ। ୬ ତାରିଖରୁ କୁମ୍ଭୀର ଗଣନା ଆରମ୍ଭ ହେବାକୁ ଥିବାରୁ ଉଭୟ ପର୍ଯ୍ୟଟକ ଓ ମତ୍ସ୍ୟଜୀବୀଙ୍କୁ ସାତକୋଶିଆ ମନା ରହିଛି। ୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।
ମହାନଦୀ ଗଣ୍ଡରେ ୨୩ କିମି ଯାଏ ଗଣନା କରାଯିବାର କାର୍ଯ୍ୟକ୍ରମ ଥିବା ବେଳେ, ବନବିଭାଗର ୧୪ଟି ଦଳରେ ମୋଟ ୭୦ଜଣ କର୍ମଚାରୀ ନିୟୋଜିତ ରହିବେ। ଏଥିପାଇଁ ବନବିଭାଗ ପକ୍ଷରୁ ଦେଶୀଡଙ୍ଗାର ବ୍ୟବସ୍ଥା କରାଯାଇଥିବା ବନଖଣ୍ଡ ଅଧିକାରୀ କହିଛନ୍ତି। ସୂଚାରୁରୂପେ ବିନା ବାଧାବିଘ୍ନରେ ଗଣନା କାର୍ୟ୍ୟ କରିବାକୁ ଲକ୍ଷ୍ୟ ରଖିଛନ୍ତି କର୍ତ୍ତୃପକ୍ଷ।
Also Read
ସେହିପରି ୧୪ରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ। କୁମ୍ଭୀର ଗଣନା ପାଇଁ ୧୪ରୁ ୨୧ ଯାଏଁ ବନ୍ଦ ରହିବ ଭିତରକନିକା। ପ୍ରଥମ କରି ଭିତରକନିକା ବାହାର ନଦୀନାଳରେ ମଧ୍ୟ ଗଣନା ହେବ ବୋଲି ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପିନାଥ ଯାଦବ ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ; ପର୍ଯ୍ୟଟକଙ୍କୁ ନୋ ଏଣ୍ଟ୍ରି
ଆସନ୍ତା ୬ରୁ ୮ତାରିଖ ପର୍ଯ୍ୟନ୍ତ ସାତକୋଶିଆରେ କୁମ୍ଭୀର ଗଣନା ହେବାକୁ ଥିବାବେଳେ ସାତକୋଶିଆର ମହାନଦୀ ଏବଂ ଅନ୍ୟାନ୍ୟ ଜଳାଶୟରେ ଗଣନା କାର୍ଯ୍ୟ ହେବ ।
Miscellaneous
ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ
ଆଜି ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ। ପୂର୍ବାହ୍ନ ୧୧ଟାରେ ଭିଡିଓ କନଫରେନ୍ସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।
Miscellaneous
ପ୍ରବାସୀ ଭାରତୀୟ ଦିବସ: ସଜେଇ ହେଲାଣି ଜନତା ମଇଦାନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି
ପ୍ରବାସୀ ଭାରତୀୟଙ୍କ ମନ ମୋହିବାକୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତକଳାରେ ସଜେଇ ହେଲାଣି ଜନତା ମଇଦାନରେ ଓଡ଼ିଶା ପାଭିଲିୟନ। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ୍ ଡିଜି।
Miscellaneous
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ
ସହିଦ ମାଧୋ ସିଂ ହାତ ଖର୍ଚ୍ଚ ବାବଦକୁ ଟଙ୍କା ସିଧା ବ୍ୟାଙ୍କ ଆକାଉଣ୍ଟକୁ ଯିବ। ଶୈକ୍ଷିକ ବାତାବରଣ ଓ ଆଦିବାସୀ ଛାତ୍ରଛାତ୍ରୀଙ୍କ ଶିକ୍ଷାର ମାନକୁ ବଢ଼ାଇବାକୁ ଏହି ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି।
Miscellaneous
ଓଡ଼ିଶାର କଶ୍ମୀରରେ ଇଟାଲୀ ପର୍ଯ୍ୟଟକ
ଇଟାଲୀ ପର୍ଯ୍ୟଟକ କାଥେରୀନା ଓ ଟୋନି। ନୂଆବର୍ଷରେ ଉଭୟ ଓଡ଼ିଶା ଆସିଛନ୍ତି। ଓଡ଼ଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଯାଇଥିଲେ। ଉଭୟ ଶୀତୁଆ ସକାଳରେ କାକର ଭିଜା ଘାସର ଗାଲିଚା ସାଙ୍ଗକୁ ପଟାଙ୍ଗୀ ଆଦିବାସୀ ସାହିର ମନୋରମ ଦୃଶ୍ୟକୁ ଉପଭୋଗ କରିଥିଲେ।