Advertisment

ଡିଜିପି ସମ୍ମିଳନୀ ପାଇଁ ଟ୍ରାଫିକ କଟକଣା; ମୋ ବସ ଚଳାଚଳ ବାଧାପ୍ରାପ୍ତ

୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି।

author-image
Tapaswini Nayak
Mo Bus

Mo Bus

ଆଜିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ। ଡିଜିପି ସମ୍ମିଳନୀ ପାଇଁ କଡ଼ା ସୁରକ୍ଷା ବଳୟରେ ରହିଛି ରାଜଧାନୀ। ଭିଡ଼ ନିୟନ୍ତ୍ରଣ ଓ ଟ୍ରାଫିକ ପାଇଁ ବ୍ୟାପକ ବ୍ୟବସ୍ଥା କରିଛି କମିଶନରେଟ୍ ପୁଲିସ। ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ କଟକଣା ଜାରି ହୋଇଛି। ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ମନା ହୋଇଛି।

Advertisment

ବିଶେଷକରି ଏୟାରପୋର୍ଟ ଛକରୁ ପିଏମ୍ ଜି ଛକ, ରାଜଭବନ ଛକ, ରବୀନ୍ଦ୍ର ମଣ୍ଡପ ଛକରୁ ୧୨୦ ବାଟାଲିୟନ ଓ ଜୟଦେବ ବିହାର, ନାଲକୋ ଛକ ଯାଏ କଟକଣା ରହିଛି।ଭିଭିଆଇପିଙ୍କ ଗସ୍ତ କରିବା ରାସ୍ତାରେ ଯାନବାହାନ ମନା ହୋଇଛି। ଏଥିପାଇଁ ମୋ ବସ ଚଳାଚଳ ବାଧାପ୍ରାପ୍ତ ହେବ। ବିଭିନ୍ନ ରୁଟରେ ମୋ ବସ ଚଳାଚଳ ବାଧାପ୍ରାପ୍ତ ହେବାନେଇ କ୍ରୁଟ୍ ତରଫରୁ ସୂଚନା ଦିଆଯାଛି। ରୁଟ୍ ନମ୍ବର ୯,୧୦,୧୧,୧୨,AE୧,  AE୨,୧୩,୧୭,୨୦,୨୧,୨୨A, ୨୩,୨୫,୨୬,୨୭,୨୮,୩୦, ୩୧, ୩୨, ୩୬, ୩୭, ୩୮, ୩୯,୪୦, ୪୪, ୪୬,୪୭, ୬୪ ଏବଂ ୬୬ରେ ମୋ ବସ ଚଳାଚଳ ପ୍ରଭାବିତ ହେବ ବୋଲି କୁହାଯାଇଛି।

ଅନ୍ୟପକ୍ଷରେ ସହର ପ୍ରବେଶ ପଥ ସହ ପ୍ରମୁଖ ଛକ ଗୁଡ଼ିକରେ ଚାଲିଛି କଡ଼ା ଚେକିଂ। BSF ଯବାନଙ୍କ ସହ ମିଶି ଯାନବାହନକୁ ଚେକିଂ କରିବା ସହ ସହରରେ ପାଟ୍ରୋଲିଂକୁ ଜୋରଦାର କରିଛି କମିଶନରେଟ୍ ପୁଲିସ।

Advertisment
Bhubaneswar Mo Bus DGP Conference