Advertisment

ଦୁର୍ଗାପୂଜା ପାଇଁ ଟ୍ରାଫିକ୍ କଟକଣା; କାଲିଠୁ ଟୁଇନ୍‌ ସିଟିରେ ଲାଗୁ ହେବ

ଆସନ୍ତା କାଲିଠୁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହେବ । ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ।

author-image
Niharika Rout
Durga Puja

Durga Puja

ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଲାଗୁ ହେବ ଟ୍ରାଫିକ କଟକଣା। ଆସନ୍ତା କାଲିଠୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହେବ । ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ।

Advertisment

କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ। ସେହିପରି ଭୁବନେଶ୍ୱରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ।

ଭୁବନେଶ୍ୱରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡାରୁ ପଳାଶୁଣୀ ଯାଏ ଉଭୟ ପାର୍ଶ୍ୱର ସର୍ଭିସ ରୋଡ୍, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଳି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ ।

Advertisment

କଟକରେ ବି ବିଭିନ୍ ରାସ୍ତା ପାଇଁ ଜାରି ହେଇଛି କଟକଣା । ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି।

ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା। ସର୍ବସାଧାରଣଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୁଲିସ।

Durga Puja Odisha Durga Puja Traffic Rule