vande bharat express
ଆସନ୍ତାକାଲି ହେବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ପୂର୍ଣ୍ଣ ଟ୍ରାଏଲ ରନ୍। ଏହା ସକାଳ ୫ଟାରେ ପୁରୀରୁ ବାହାରି ଅପରାହ୍ନ ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିବ। ଏହାପରେ ୨ଟା ୧୦ରେ ରାଉରକେଲାରୁ ବାହାରି ୯ଟା ୪୦ରେ ପୁରୀରେ ପହଞ୍ଚିବ। ମାତ୍ର ୬ ଘଣ୍ଟାରେ ପୁରୀରୁ ଯାଇହେବ ରାଉରକେଲା।
ଟ୍ରାଏଲ ରନ ଅବସରରେ ବନ୍ଦେ ଭାରତ ଏକ୍ସପ୍ରେସ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୋଳ, କେରଜାଙ୍ଗ,ସମ୍ବଲପୁର ସିଟି, ଝାରସୁଗୁଡା ଷ୍ଟେସନରେ ରହିବ।
ସେପ୍ଟେମ୍ବର ମାସରେ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ କରାଯାଇଥିଲା। ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ଏହି ଟ୍ରେନ୍ ରହିଥିଲା। ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରୁ ବାହାରିଥିବା ବେଳେ ଦିନ ୧୨ଟା ୩୦ରେ ତାଳଚେରରେ ଟ୍ରେନ୍ ପହଞ୍ଚିଥିଲା।
ଚଳିତ ବର୍ଷ ମେ’ ମାସ ୧୮ ତାରିଖରେ ପୁରୀରୁ-ହାୱଡ଼ା ପର୍ଯ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ୍। ଯାହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1695097624.jpg)