Advertisment

ଶପଥ ନେଲେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି

ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି ।

author-image
Tapaswini Nayak
ଅଦ୍ୟତନ ହୋଇଛି
High court

High court

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା। ଉଭୟଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର। ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି ।

Advertisment

ଜଷ୍ଟିସ ଶିବଶଙ୍କର ମିଶ୍ର ୧୯୯୧ ମସିହାରୁ ଓକିଲାତି କ୍ୟାରିୟର ଆରମ୍ଭ କରିଥିବା ବେଳେ ଦୀର୍ଘ ୩୦ ବର୍ଷର ଅଭିଜ୍ଞତା ତାଙ୍କ ପାଖରେ ରହିଛି। ଦେୱାନୀ, ଫୌଜଦାରୀ ଓ ଚାକିରି ସମ୍ପର୍କିତ ଆଇନରେ ତାଙ୍କ ସ୍ୱତନ୍ତ୍ର ଦକ୍ଷତା ରହିଛି। ଜଷ୍ଟିସ ଶିବଶଙ୍କର ମିଶ୍ର ଜୟପୁରଠାରେ ୧୯୬୮ମସିହାରେ ଜନ୍ମଗ୍ରହଣ କରିଥିଲେ। କୋରାପୁଟର ଜୟପୁର ଲ’ କଲେଜରୁ ସେ ଏଲଏଲବି ଡିଗ୍ରୀ ହାସଲ କରିଥିଲେ।

ସେହିଭଳି ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା ୨୦୦୪ ମସିହାରେ ଫାଷ୍ଟ ଟ୍ରାକ୍ କୋର୍ଟର ବିଚାର ବିଭାଗରେ ଯୋଗ ଦେଇଥିଲେ।  ୨୦୧୩ରେ ଜିଲ୍ଲା ଜଜ୍‌ ରେଗୁଲାର କ୍ୟାଡରରେ ଯୋଗ ଦେଇଥିଲେ। ଏହାସହ ରାଜ୍ୟ ସରକାରଙ୍କ ବିଭିନ୍ନ ପଦ ପଦବୀରେ ସେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଛନ୍ତି। ତାଙ୍କର ଉତ୍ତମ ବ୍ୟକ୍ତିଗତ ଓ ପେସାଗତ ଭାବମୂର୍ତ୍ତି ରହିଛି।  ଜଷ୍ଟିସ ଆନନ୍ଦ ୧୯୬୪ ମସିହାରେ ବାଲେଶ୍ୱରରେ ଜନ୍ମ ଗ୍ରହଣ କରିଥିଲେ। ରାଜ୍ୟରେ ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି।

Advertisment
Cuttack Odisha Highcourt