ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ମେଘଲା ଗାଁରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେହିପରି ଗାଁରେ ଆହୁରି ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।
ମୃତକ ଦ୍ୱୟ ହେଉଛନ୍ତି, ଉପି ମଲ୍ଲିକ (୬୬) ଓ ଖଇରୁ ଜାଲ (୫୫)। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଉପି ଶନିବାର (୨୮ ତାରିଖ) ରାତି ପ୍ରାୟ ୮ଟା ବେଳେ ସୋନପୁର ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ। ସେହିପରି ଗତକାଲି ରାତିରେ ବୁର୍ଲା ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଖଇରୁ ଜାଲଙ୍କର ମୃତ୍ୟୁ ଘଟିଥିଲା। ଝାଡ଼ାବାନ୍ତି ଯୋଗୁଁ ସେମାନଙ୍କର ମୃତ୍ୟୁ ହୋଇଥିବା ଉଭୟଙ୍କ ପରିବାର ଲୋକେ ଦାବି କରିଛନ୍ତି।
Also Read
ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ଖବର ପାଇବା ପରେ ଆଜି ମେଘଲା ଗାଁକୁ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଚିକିତ୍ସାଳୟ ଓ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଏକ ମେଡିକାଲ୍ ଟିମ୍ ଯାଇ ମୃତକଙ୍କ ପରିବାର ଲୋକଙ୍କୁ ଭେଟି ଆଲୋଚନା କରିଥିଲେ। ତା’ପରେ ଗାଁର ନଳକୂପ ପାଣି ସହିତ ଲୋକମାନେ ଅନ୍ୟ ଉତ୍ସରୁ ସଂଗ୍ରହ କରିଥିବା ପାଣିକୁ ଯାଞ୍ଚ କରିବା ପାଇଁ ନେଇଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Miscellaneous
ପାରାଦୀପ ବନ୍ଦରରୁ ୨ଟି ସନ୍ଦିଗ୍ଧ ପାରା ଉଦ୍ଧାର
ପାରା ଦୁଇଟିକୁ ଉଦ୍ଧାର କରି କୁଜଙ୍ଗ ବନ ବିଭାଗକୁ ହସ୍ତାନ୍ତର କରିଛି ପାରାଦୀପ ସାମୁଦ୍ରିକ ଥାନା ପୁଲିସ। ଅଧିକ ତଦନ୍ତ ପାଇଁ ସେମାନଙ୍କୁ ଫରେନ୍ସିକ ପରୀକ୍ଷା ପାଇଁ ପଠାଯିବ।
Miscellaneous
ରାଜଧାନୀରେ ପୁଣି ଆରମ୍ଭ ହେବ ବୁଲା କୁକୁର ବନ୍ଧ୍ୟାକରଣ
ରାଜ୍ୟରେ ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର। ଗତ ଦେଢ଼ ମାସ ଭିତରେ କେବଳ ବିଏମସି ହସ୍ପିଟାଲରେ ୫ଶହ ଲୋକ କୁକୁର କାମୁଡ଼ା ଟିକା ନେଇଛନ୍ତି।
Miscellaneous
ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ
ଓଦା ଧାନ ଶୁଖେଇ ମଣ୍ଡିରେ ବିକ୍ରି ପାଇଁ ଚାଷୀଙ୍କୁ ଅଧିକ ସମୟ ଦିଆଯିବ। ଅଦିନିଆ ବୃଷ୍ଟିପାତଜନିତ କ୍ଷୟକ୍ଷତି ପୂରଣ ପାଇଁ ସରକାର ପ୍ରସ୍ତୁତ ବୋଲି କହିଲେ ମନ୍ତ୍ରୀ।