Advertisment

ଭୁଶୁଡ଼ିଲା ବେଦାନ୍ତର ରେଡ୍ ମଡ୍ ପଣ୍ଡ; ଚାଷ ଜମିରେ ମାଡ଼ିଗଲା କାଦୁଅ ପାଣି

ଲାଲ ମାଟି ପାଣି ମାଡି ଯିବାରୁ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି।

Red mud pund

Red mud pund

Advertisment

କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ରେ ଥିବା ବେଦାନ୍ତ କମ୍ପାନୀର ବସନ୍ତ ପଡ଼ାରେ ନିର୍ମାଣ କରାଯାଇଥିବା ରେଡ୍ ମଡ୍ ପଣ୍ଡ ଭୁଶୁଡ଼ି ପଡ଼ିଛି। ଫଳରେ ବସନ୍ତପଡ଼ା ସମେତ ବନ୍ଧଗୁଡ଼ା, ଟୁରିଗୁଡ଼ାର ହେକ୍ଟର ହେକ୍ଟର ଚାଷ ଜମିରେ କାଦୁଅ ପାଣି ମାଡ଼ି ଯାଇଛି।

Advertisment

ଲାଲ ମାଟି ପାଣି ମାଡି ଯିବାରୁ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। କମ୍ପାନୀ ଦ୍ୱାରା ନିର୍ମାଣ ହୋଇଥିବା ଏହି ପଣ୍ଡକୁ ଠିକ ଭାବରେ ରକ୍ଷଣାବେକ୍ଷଣ କରାଯାଇ ନ ଥିବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଜମିରେ ଲାଲ ମାଟି ପାଣି ମାଡ଼ି ଯିବାରୁ ଲୋକମାନଙ୍କ ଚାଷ କ୍ଷତି ହେବାରୁ ଆଶଙ୍କା ରହିଛି। ଏଥିପାଇଁ ଚିନ୍ତାରେ ପଡ଼ିଯାଇଛନ୍ତି ଚାଷୀ।

ତେବେ ଏନେଇ ବେଦାନ୍ତ କମ୍ପାନୀ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ। ଆଜି ରାତି ପ୍ରାୟ ୩ଟା ସମୟରେ ରେଡ୍ ମଡ୍ ପଣ୍ଡଟି ଭୁଶୁଡ଼ି ପଡ଼ିଥିବା ଜଣାଯାଇଛି। 

Advertisment
Kalahandi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe