Advertisment

ପୁଣି ଥରେ ଭି.ଭି.ଯାଦବ ହେଲେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ

ପୁଣି ଥରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହେଲେ ବରିଷ୍ଠ ଆଇଏଏସ୍ ବୀର ବିକ୍ରମ ଯାଦବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

VIR_VIKRAM_JADAV

VIR_VIKRAM_JADAV

Advertisment

ପୁଣି ଥରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହେଲେ ବରିଷ୍ଠ ଆଇଏଏସ୍ ବୀର ବିକ୍ରମ ଯାଦବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

Advertisment

୧୯୯୬ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ବୀର ବିକ୍ରମ ଯାଦବ। ବର୍ତ୍ତମାନ ସେ ପୂର୍ତ୍ତ ବିଭାଗର ପ୍ରମୁଖ ସଚିବ ଅଛନ୍ତି। ପୂର୍ବରୁ ମଧ୍ୟ ଭି.ଭି.ଯାଦବ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଥିଲେ।

ପରେ ପୂର୍ଣ୍ଣକାଳୀନ ଭାବେ ଆଇଏଏସ୍ ରଞ୍ଜନ ଦାସଙ୍କୁ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଥିଲେ ରାଜ୍ୟ ସରକାର। ତାଙ୍କ ବଦଳି ପରେ ଅତିରିକ୍ତ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ସମ୍ଭାଳୁଥିଲେ ସମର୍ଥ ବର୍ମା। ଏବେ ପୁଣି ଥରେ ଭି.ଭି.ଯାଦବ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ ହୋଇଛନ୍ତି।

Advertisment
Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe