Advertisment

୭ ବର୍ଷ ପରେ ଯୋଗାଣ ବିଭାଗରୁ ଭିଭି ଯାଦବ ବିଦା, ଏସଏନ ଗିରିଶ ପଂଚାୟତିରାଜ ସଚିବ

କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଗିରିଶ ଏସ୍ ଏନ୍ ଙ୍କୁ ପଞ୍ଚାୟତିରାଜ ବିଭାଗର ସଚିବ ଦାୟିତ୍ୱ ମିଳିଛି।

ଅଦ୍ୟତନ ହୋଇଛି
VV Yadab

VV Yadab

Advertisment

ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍ ଅଫିସରସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି । ଦୀର୍ଘ ୭ବର୍ଷ ପରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ପଦବୀରୁ ଆଇଏଏସ୍ ଭିଭି ଯାଦବଙ୍କୁ ହଟାଇଛନ୍ତି ରାଜ୍ୟ ସରକାର । ଆଉ ମାତ୍ର ୧୦ଦିନ ପରେ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେଉଥିବାବେଳେ ବିଭାଗୀୟ ସଚିବଙ୍କୁ ଅଚାନକ ହଟାଇ ଦିଆଯିବାକୁ ନେଇ ଚର୍ଚ୍ଚା ଜୋର ଧରିଛି । ସେପଟେ ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ଟିମ୍ ସଦସ୍ୟ ଥିବା ଆଇଏଏସ୍ ବିଶାଳ କୁମାର ଦେବ ଓ ସଞ୍ଜୟ କୁମାର ସିଂଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାର ପୁରସ୍କୃତ କରିଛନ୍ତି । ଉଭୟ ଅଫିସରଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ କରିଛନ୍ତି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ବରିଷ୍ଠ ଆଇଏଏସ୍ ଏସଏନ୍ ଗିରିଶଙ୍କୁ ପଂଚାୟତିରାଜ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି ।

Advertisment

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ,୧୯୯୬ ବ୍ୟାଚ୍ ଆଇଏଏସ୍ ଭିଭି ଯାଦବଙ୍କୁ ଖାଦ୍ୟଯୋଗାଣ ବିଭାଗର ପ୍ରମୁଖ ସଚିବ ପଦବୀରୁ ହଟାଇ ଦିଆଯାଇଛି । ସେ ଏବେ କେବଳ ରାଜ୍ୟ ପୂର୍ତ୍ତ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ । ଶ୍ରୀ ଯାଦବଙ୍କ ସ୍ଥାନରେ ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜୟ କୁମାର ସିଂଙ୍କୁ ଅତିରିକ୍ତ ଭାବେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ସିଂ ପୂର୍ବଭଳି ଗ୍ରାମ୍ୟ ଉନ୍ନୟନ ବିଭାଗ ସମେତ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ତୁଲାଇବେ ।

୧୯୯୬ ବ୍ୟାଚ୍ ଆଇଏଏସ୍ ବିଶାଳ କୁମାର ଦେବଙ୍କୁ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ଦେବ ଇଲୋକ୍ଟ୍ରୋନିକ୍ସ ଆଣ୍ଡ ଆଇଟି ବିଭାଗର ପ୍ରମୁଖ ସଚିବ ସହ ଓକାକ୍ ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ପୂର୍ବଭଳି ତୁଲାଇବେ । ତାଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମର ଅଧ୍ୟକ୍ଷ ପଦରୁ ହଟାଇ ଦିଆଯାଇଛି । ସେହିପରି ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କଠୁ ଶକ୍ତି ବିଭାଗର ପ୍ରମୁଖ ସଚିବ ପଦ କାଢ଼ି ନିଆଯାଇଛି।

Advertisment

୧୯୯୩ ବ୍ୟାଚ୍ ଆଇଏଏସ୍ ଦେଓରଞ୍ଜନ କୁମାର ସିଂଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ସିଂ ପୂର୍ବଭଳି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସହ ସ୍ୱତନ୍ତ୍ର ରିଲିଫ କମିଶନର, ଓସଡମା ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ତୁଲାଉଛନ୍ତି ।

୧୯୯୯ ବ୍ୟାଚ୍ ଆଇଏଏସ୍ ଭାସ୍କରଜ୍ୟୋତି ଶର୍ମାଙ୍କୁ ଓପିଟିସିଏଲର ସିଏମଡି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ଶ୍ରୀ ଶର୍ମା ଏବେ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି ।

କେନ୍ଦ୍ରୀୟ ଡେପୁଟେସନରୁ ଫେରି ନିଯୁକ୍ତି ପାଇ ଅପେକ୍ଷା କରିଥିବା ୨୦୦୨ ବ୍ୟାଚ୍ ଆଇଏଏସ୍ ଏସଏନ୍ ଗିରିଶଙ୍କୁ ପଂଚାୟତିରାଜ ଓ ପାନୀୟଜଳ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି । ପଂଚାୟତିରାଜ ସଚିବ ସୁଶୀଲ କୁମାର ଲୋହାନୀ ଉଭୟ ପଂଚାୟତିରାଜ ବିଭାଗ ଓ ଅବକାରୀ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଛନ୍ତି ତଥା ତାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଯିବାପାଇଁ ରାଜ୍ୟ ସରକାର ଅନୁମତି ଦେଇସାରିଛନ୍ତି ।

୨୦୦୮ ବ୍ୟାଚ୍ ଆଇଏଏସ୍ ଗୁହା ପୁନମ ତାପସ କୁମାରଙ୍କୁ ରାଜ୍ୟ ହସ୍ତତନ୍ତ,ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗର ସଚିବ ଭାବେ ବଦଳି କରାଯାଇଛି । ସେ ମଧ୍ୟ ରାଜ୍ୟ ଅବକାରୀ ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । କୃଷି ସଚିବ ଅରବିନ୍ଦ ପାଢ଼ୀଙ୍କଠୁ ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗ କାଢ଼ି ନିଆଯାଇଛି ।

Ias Officer VV Yadab
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe