Advertisment

କାଲିଠାରୁ ପରିବହନ ଶ୍ରମିକ ମହାସଂଘର ଆନ୍ଦୋଳନ

ଭାରତୀୟ ନ୍ୟାୟ ସଂହିତା ୨୦୨୩ରେ ଗାଡ଼ି ଚାଳକଙ୍କ ପାଇଁ ଥିବା ଦଣ୍ଡବିଧାନକୁ ବିରୋଧ କରି ଧର୍ମଘଟ ଡାକରା ଦେଇଛି ମହାସଂଘ। ଆଜି ସୂଚନା ଦେଇଛନ୍ତି ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସଭାପତି ଜନାର୍ଦ୍ଦନ ପତି।

author-image
Manoj Swain
ଅଦ୍ୟତନ ହୋଇଛି

ଆସନ୍ତାକାଲିଠାରୁ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ। ତେଲ ଡିପୋରୁ ପେଟ୍ରୋଲ, ଡିଜେଲ ଲୋଡିଂ ବନ୍ଦ ରଖିବ ମହାସଂଘ। ଭାରତୀୟ ନ୍ୟାୟ ସଂହିତା ୨୦୨୩ରେ ଗାଡ଼ି ଚାଳକଙ୍କ ପାଇଁ ଥିବା ଦଣ୍ଡବିଧାନକୁ ବିରୋଧ କରି ଧର୍ମଘଟ ଡାକରା ଦେଇଛି ମହାସଂଘ। ଆଜି ଏହି ସୂଚନା ଦେଇଛନ୍ତି ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସଭାପତି ଜନାର୍ଦ୍ଦନ ପତି। ସେପଟେ ଉତ୍କଳ ପେଟ୍ରୋଲିୟମ ଡିଲର ସଂଘ ସଭାପତି କହିଛନ୍ତି, ଯଦି ପୁଣି ଧର୍ମଘଟ ହୁଏ, ସୋମବାର ସନ୍ଧ୍ୟା ସୁଦ୍ଧା ପ୍ରାୟ ପେଟ୍ରୋଲ ପମ୍ପରେ ପୁଣି ତେଲ ଅଭାବ ଦେଖାଦେବ।

Advertisment
Bhubaneswar Odisha