ଆଉ ମାତ୍ର କେତେ ଘଣ୍ଟାର ଅପେକ୍ଷା। ତା ପରେ ବଦଳିବ କ୍ୟାଲେଣ୍ଡର। ଆସିବ ନୂଆ ସକାଳ ଓ ନୂଆ ତାରିଖ। 2023 ମସିହା ଜୁନ ୨ତାରିଖରେ ବାଲେଶ୍ୱର ଜିଲ୍ଲା ବାହାନଗାରେ ଶତାବ୍ଦୀର ସବୁଠାରୁ ବଡ଼ ଦୁର୍ଘଟଣା ଦେଖିଥିଲା ସାରା ବିଶ୍ୱ । ମନୁଷ୍ୟକୃତ ଏ ବିଭୀଷିକା ପୁରା ଦେଶକୁ ଥରାଇ ଦେଇଥିଲା । ୩୦୦ ଲୋକଙ୍କର ଲିଭିଯାଇଥିଲା ଜୀବନ ଦୀପ । ଚାରିଆଡେ ଖାଲି କୁଢ଼ କୁଢ଼ ଶବ ଗଦା ହୋଇ ଯାଇଥିଲା । ରାତ୍ରିର ଅନ୍ଧକାରରେ ସେ ବିକଟାଳ ଚିତ୍କାର ସମସ୍ତଙ୍କର ଛାତିକୁ ଥରାଇ ଦେଇଥିଲା । ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସନ୍ତାକାଲିଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ
ବଡ଼କଥା ହେଉଛି ମରାମତି କାମ ପାଇଁ ରତ୍ନଭଣ୍ଡାରକୁ ପ୍ରବେଶ କରିବାକୁ ଥିବା ସମସ୍ତେ ସେବାୟତଙ୍କ ଭଳି ପାରମ୍ପରିକ ପୋଷାକ ପରିଧାନ କରିବେ। ଶ୍ରମିକ ଓ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ପରିଚୟପତ୍ର ଦିଆଯିବ। ବିନା ପରିଚୟପତ୍ରରେ କାହାରିକୁ ଭିତରକୁ ଛଡ଼ାଯିବ ନାହିଁ।
Miscellaneous
‘ବାଲିମେଳା ଜଳଭଣ୍ଡାରରେ ସୌର ଶକ୍ତିରୁ ଉତ୍ପନ୍ନ ହେବ ବିଦ୍ୟୁତ’
ବୈଠକ ପରେ ଶ୍ରୀ ସିଂଦେଓ କହିଛନ୍ତି, ବାଲିମେଳା ଜଳ ବିଦ୍ୟୁତ ପ୍ରକଳ୍ପର ନବୀକରଣ କରାଯିବ। ଏଠାରୁ ଆହୁରି ଅଧିକ ୬୦୦ ମେଗାୱାଟ୍ ବିଦ୍ୟୁତ ଉତ୍ପାଦନ କରାଯିବ। ଏଥିପାଇଁ ଆବଶ୍ୟକ ଅତ୍ୟାଧୁନିକ ଯନ୍ତ୍ରପାତି ଲାଗିବ।
Miscellaneous
ଶ୍ରୀମନ୍ଦିରରେ ପିଟାପିଟି ଲାଗିଲେ ଦୁଇ ସେବାୟତ ଗୋଷ୍ଠୀ
ଆଜି ଅପରାହ୍ନରେ ଶ୍ରୀମନ୍ଦିର ବେହରଣ ଦ୍ୱାର ନିକଟସ୍ଥ ମୁକ୍ତିମଣ୍ଡପ ପାଖରେ ସେବାୟତ ବିଶ୍ୱନାଥ ଖୁଣ୍ଟିଆ ଶ୍ରଦ୍ଧାଳୁଙ୍କୁ ପାଦୁକା ବାଣ୍ଟୁଥିଲେ। ଠିକ୍ ସେତିକି ବେଳେ ନିଜ ସମ୍ପର୍କୀୟ ସେବାୟତମାନେ ତାଙ୍କୁ ଆକ୍ରମଣ କରିଥିଲେ। ଯେଉଁଥିପାଇଁ ଶ୍ରୀ ଖୁଣ୍ଟିଆ ଲହୁ ଲୁହାଣ ହୋଇଥିଲେ।
Miscellaneous
ଲାଗିଛି ଡୋରି ଯିବି ମୁଁ ପୁରୀ... ପାଦରେ ଚାରି ଧାମ୍ ଯାତ୍ରାରେ ୟୁପି ଯୁବକ
ଅଯୋଧ୍ୟାରୁ କାଶି ବିଶ୍ୱନାଥ ଯାଇଥିଲେ ମିଥିଲେଶ। ବାବାଙ୍କୁ ଦର୍ଶନ କରିବା ପରେ ସେ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ୫୩ ଦିନ ହେଲା ପାଦରେ ଚାଲୁଛନ୍ତି। ପିଠିରେ ଝୁଲୁଥିବା ବ୍ୟାଗରେ ତ୍ରିରଙ୍ଗା ଓ ସନାତନ ପତାକୁ ଉଡାଇ ଚାଲିଛନ୍ତି।
Miscellaneous
IAS ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡ଼ିଶା କ୍ୟାଡର
୪୦୯ ନଂ ରାଙ୍କରେ ଥିବା ସନ୍ତୋଷ କୁମାର ପାତ୍ରଙ୍କୁ ଓଡ଼ିଶା କ୍ୟାଡର। ୩୬ ନଂ ରାଙ୍କରେ ଥିବା ଆୟୁଷୀ ପ୍ରଧାନଙ୍କୁ ଆସାମ-ମେଘାଳୟ କ୍ୟାଡର। ୫୪ ନଂ ରାଙ୍କରେ ଥିବା ହରିୟାଣାର କଶିସ୍ ବକ୍ସିଙ୍କୁ ଓଡ଼ିଶା କ୍ୟାଡର। ୬୮ ନଂ ରାଙ୍କରେ ଥିବା କେରଳର କସ୍ତୁରୀ ସା'ଙ୍କୁ ଓଡ଼ିଶା କ୍ୟାଡର।