କାବୁଲ: ଆଫଗାନିସ୍ଥାନ ବରଦକ ଅଞ୍ଚଳରେ ଏକ ଅଦାଲତ ପରିସରରେ ଆଜି ହୋଇଥିବା ଆତଙ୍କୀ ହମଲାରେ ୨ଜଣ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ସୁରକ୍ଷା କର୍ମଙ୍କ ପାଲଟା ଆକ୍ରମଣରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।
ସୂଚନା ଅନୁଯାୟୀ ମୈଦାନ ଶାର ସହର ସ୍ଥିତ ଅଦାଲତକୁ ୪ଜଣ ଆତଙ୍କବାଦୀ ପ୍ରବେଶ କରିବା ପାଇଁ ଚେଷ୍ଟା କରୁଥିବା ବେଳେ ସୁରକ୍ଷାକର୍ମୀ ମାନେ ସେମାନଙ୍କୁ ରୋକିବାକୁ ଚେଷ୍ଟା କରିଥିଲେ। ଏହା ପରେ ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା।
ଜଣେ ପ୍ରତ୍ୟକ୍ଷଦର୍ଶୀଙ୍କ କହିବାନୁଯାୟୀ ଜଣେ ଆତଙ୍କବାଦୀ ଅଦାଲତର ମୁଖ୍ୟ ଦ୍ୱାର ସମ୍ମୁଖରେ ଗୋଳାବାରୁଦରେ ଭର୍ତ୍ତି ହୋଇଥିବା ଜ୍ୟାକେଟରେ ବିସ୍ଫୋରଣ କରିଥିଲା। ଏହି ବିସ୍ଫୋରଣ ପରେ ଆଉ ୩ ଆତଙ୍କବାଦୀ ଅନ୍ୟ ଏକ ଦ୍ୱାରକୁ ପହଞ୍ଚିବା ପାଇଁ ଚେଷ୍ଟା କରିଥିଲେ। ଏତିକି ବେଳେ ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୨ ଜଣ ଆତଙ୍କୀଙ୍କ ମୃତ୍ୟୁ ହୋଇଥିଲା। ପରେ ଅନ୍ୟ ଜଣେ ଆତଙ୍କୀକୁ ସୁରକ୍ଷାକର୍ମୀ ମାରି ଦେଇଥିଲେ।
ଆତଙ୍କବାଦୀମାନେ ସେନା ପୋଷାକ ପିନ୍ଧି ଆସିଥିବା କୁହାଯାଉଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।