ମୁମ୍ବାଇ: ମହାରାଷ୍ଟ୍ରର ଥାନେ ଅନ୍ତର୍ଗତ କଲ୍ୟାଣ ଟାଉନରେ ଜଣେ ୨୦ ଦିନର ଶିଶୁ କରୋନାରେ ଆକ୍ରାନ୍ତ ହୋଇଛି। ଏହି ୨୦ ଦିନର ଶିଶୁ ସମେତ ୬ ଜଣଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏହାକୁ ମିଶାଇ କଲ୍ୟାଣ ଅଞ୍ଚଳରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଥିବା ବେଳେ ଏମାନଙ୍କ ମଧ୍ୟରୁ ୩ ଜଣଙ୍କ ମୃତ୍ୟୁ ଘଟିଛି।
ଆଜି ଆକ୍ରାନ୍ତ ହୋଇଥିବା ଶିଶୁର ମା’ ମଧ୍ୟ କରୋନାରେ ସଂକ୍ରମଣ ହୋଇଥିଲେ। ଏବେ ଉଭୟ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ଅନ୍ୟ ୪ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ ଏପିଏମସିରେ କାର୍ଯ୍ୟ କରୁଥିବା ବେଳେ ଜଣେ ସ୍ୱାସ୍ଥ୍ୟକର୍ମୀ ଓ ଆଉ ଜଣେ ଘରୋଇ ହସ୍ପିଟାଲର କର୍ମଚାରୀ। ସମସ୍ତଙ୍କୁ ଥାନେ ସ୍ଥିତ ଆଇସୋଲେସନ ୱାର୍ଡରେ ରଖି ଚିକିତ୍ସା ଯୋଗାଇ ଦିଆଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।