ନୂଆଦିଲ୍ଲୀ: ଆଜି ସ୍କିଲ୍ ଇଣ୍ଡିଆ କ୍ୟାମ୍ପେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶ୍ୱ ଯୁବ ଦକ୍ଷତା ଦିବସ ଅବସରରେ ଏହି ଅଭିଯାନର ଶୁଭାରମ୍ଭ କରାଯିବ। ନୂଆଦିଲ୍ଲୀ ବିଜ୍ଞାନ ଭବନରେ ପ୍ରଧାନମନ୍ତ୍ରୀ ନ୍ୟାଶନାଲ ସ୍କିଲ ଡେଭଲପମେଣ୍ଟ ମିଶନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ। ଏହା ଅନ୍ତର୍ଗତ ଦକ୍ଷତା ଓ ଉଦ୍ୟୋଗ ବିକାଶ ଲାଗି ନୂଆ ଜାତୀୟ ନୀତି ଘୋଷଣା କରାଯିବ। ଏଥିସହ ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ଭଳି ମହତ୍ୱାକାଂକ୍ଷୀ ଯୋଜନା ମଧ୍ୟ ଆରମ୍ଭ କରିବେ। ଏହି ଯୋଜନାର ପାଇଲଟ ପର୍ଯ୍ୟାୟରେ ତାଲିମପ୍ରାପ୍ତ ଯୁବକଯୁବତୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଆସନ୍ତା ଏକବର୍ଷ ମଧ୍ୟରେ ଦେଶର ୨୪ ଲକ୍ଷ ଯୁବକଯୁବତୀଙ୍କୁ ଏଥିରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି। ଗତବର୍ଷ ଜୁନ୍ ୧୧ ତାରିଖରେ ପାର୍ଲାମେଣ୍ଟରେ ପ୍ରଥମ ଅଭିଭାଷଣ ଦେଇ ପ୍ରଧାନମନ୍ତ୍ରୀ ସ୍କିଲ୍ ଇଣ୍ଡିଆ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ। ପୂର୍ବରୁ ଲୋକେ ଭାରତକୁ ସ୍କାମ୍ ଇଣ୍ଡିଆ ଭାବେ ଜାଣିଥିଲେ। ବର୍ତ୍ତମାନ ସ୍କିଲ୍ ଇଣ୍ଡିଆ ଭାବେ ଜାଣିବେ ବୋଲି ଏହି ଅବସରରେ ସେ କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଦିଲ୍ଲୀ ଯାଉଥିବା ବିମାନକୁ ଜୟପୁରରେ ଛାଡ଼ି ପଳେଇଲେ ପାଇଲଟ
ଏୟାର ଇଣ୍ଡିଆ ପକ୍ଷରୁ ଏ ସମ୍ପର୍କରେ କିଛି ବି କୁହାଯାଇ ନାହିଁ। କିନ୍ତୁ ଏୟାରଲାଇନ ପକ୍ଷରୁ ଜୟପୁରରେ ଫସି ରହିଥିବା ଲୋକଙ୍କ ପାଇଁ କୌଣସି ବିକଳ୍ପ ବିମାନର ବ୍ୟବସ୍ଥା କରାଯାଇ ନଥିଲା।
National
କରିମଗଞ୍ଜର ନାଁ ବଦଳି ହେଲା ଶ୍ରୀଭୂମି
ନିଜେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଏହି ସୂଚନା ଦେବା ସହ ରବୀନ୍ଦ୍ରନାଥ ଟାଗୋରଙ୍କୁ ସମ୍ମାନ ଜଣାଇ ଆସାମ ସରକାର କରିମଗଞ୍ଜର ନାଁ ଶ୍ରୀଭୂମି କରିଥିବା ସେ କହିଛନ୍ତି।
National
ନକଲି ଡାକ୍ତରଙ୍କ ମେଳି: ଭବ୍ୟ ଉଦଘାଟନର ଦିନକ ପରେ ସିଲ୍ ହେଲା ହସ୍ପିଟାଲ
ଦିନକ ତଳେ ବିରାଟକାୟ ହସ୍ପିଟାଲକୁ ବେଶ ଭବ୍ୟ ଢଙ୍ଗରେ ଉଦଘାଟନ କରାଯାଇଥିଲା। ହେଲେ ଦିନକ ପରେ ନକଲି ଡାକ୍ତରମାନଙ୍କ ଅସଲ ଚେହେରା ସାମ୍ନାକୁ ଆସିଛି।
Guest Column
ସ୍ୱାଧୀନତାର ୭୫ ବର୍ଷ ପରେ ନୂଆ ଚିନ୍ତନର ଆବଶ୍ୟକତା
କେନ୍ଦ୍ରରେ କ୍ଷମତାସୀନ ବିଜେପି ରାଷ୍ଟ୍ରବାଦ ଏବଂ ଗୋଟିଏ ଦେଶ ଓ ନିର୍ବାଚନ କଥା କହୁଥିଲେ ମଧ୍ୟ ପ୍ରତ୍ୟେକ ଅଞ୍ଚଳର ଭାବନା ଓ ନିଜସ୍ୱ ପରିଚୟ ପାଇଁ ରହିଥିବା ଚେତନା ବିଷୟରେ ସମ୍ପୂର୍ଣ୍ଣ ସଚେତନ ଅଛନ୍ତି। ସେଥିପାଇଁ ଓଡ଼ିଶାରେ ଗତ ନିର୍ବାଚନରେ ରାଜ୍ୟରେ ଗୋଟିଏ ଆଞ୍ଚଳିକ ଦଳ କ୍ଷମତାସୀନ ଥିଲେ ମଧ୍ୟ ତାହା ବିରୋଧରେ ଓଡ଼ିଆ ଅସ୍ମିତାର ସ୍ଳୋଗାନ ଦିଆଯାଇ ସେହି ଦଳକୁ କ୍ଷମତାଚ୍ୟୁତ କରାଗଲା।