ଶ୍ରୀନଗର: ଦୁଇ ମାସ ପରେ ବି ଜମ୍ମୁ ଓ କାଶ୍ମୀରରେ ସ୍ଥିତି ଶାନ୍ତ ପଡ଼ିବାର ନାଁ ନେଉ ନାହିଁ। ଆଜି ପୁଲୱାମାର କରୀମାବାଦ ଗାଁରେ ଆନ୍ଦୋଳନକାରୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ପ୍ରାୟ ୫୦ ଜଣ ଆନ୍ଦୋଳନକାରୀ ଆହତ ହୋଇଥିବା ବେଳେ ସିଆର୍ପିଏଫ୍ ଓ ସ୍ଥାନୀୟ ପୋଲିସ୍ର ୧୨ ଜଣ ଯବାନ ଆହତ ହୋଇଛନ୍ତି।
ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବାରମ୍ବାର ଅନୁରୋଧ କରିବା ସତ୍ତ୍ୱେ ଘାଟିରେ ସ୍ଥିତି ଶାନ୍ତ ପଡ଼ିବାର ନାଁ ନେଉ ନାହିଁ। ଦୁଇ ମାସ ମଧ୍ୟରେ ରାଜ୍ୟରେ ହିଂସାରେ ୭୮ ଜଣ ଲୋକଙ୍କ ମୃତ୍ୟୁ ଘଟି ସାରିଲାଣି। ଗତକାଲି ଦକ୍ଷିଣ କାଶ୍ମୀର ଦୁଇଟି ଗାଁରେ ଲୋକେ ପ୍ରଦର୍ଶନ କରିଥିଲେ ଓ ପୋଲିସ୍ ସହିତ ସଂଘର୍ଷରେ ଦୁଇ ଜଣ ପ୍ରାଣ ହରାଇଥିଲେ।
ଆତଙ୍କବାଦୀ ବୁରହାନି ୱନି ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହେବା ପରେ ଘାଟିରେ ଅଶାନ୍ତି ଜାରି ରହିଛି। ହିଜବୁଲ୍ ମୁଜାହିଦ୍ଦିନ୍ର କମାଣ୍ଡର ବୁରହାନି ୱନି ଜୁଲାଇ ୮ରେ ଏକ ଏନ୍କାଉଣ୍ଟରରେ ପ୍ରାଣ ହରାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମହିଳାଙ୍କ ଚୁଟି କାଟି କଳା ବୋଳିଦେଲେ, ଗଛରେ ବାନ୍ଧି ଦେଲେ ଗରମ ଚେଙ୍କ
ସର୍ବ ସମ୍ମୁଖରେ ମହିଳାଙ୍କ ଚୁଟି କାଟିଦେଲେ। ମୁହଁରେ କଳା ବୋଳିଦେଲେ। ସେତିକିରେ ସରିଲାନି ନିର୍ଯାତନାର କାହାଣୀ। ମହିଳାଙ୍କୁ ଗଛରେ ବାନ୍ଧି ଦୁଇ ଦିନ କାଳ ଦେଇ ଚାଲିଲେ ଗରମ ଚେଙ୍କ ।
National
କ୍ୟାନ୍ସର୍ ପାଇଁ 'ସ୍ପେଶାଲ ଡାଏଟ୍'କୁ ବିରୋଧ, ସିଦ୍ଧୁଙ୍କ ପତ୍ନୀଙ୍କୁ ୮୫୦ କୋଟିର ନୋଟିସ୍
ସ୍ପେଶାଲ୍ ଡାଏଟ୍ ସହାୟତାରେ କ୍ୟାନସରରୁ ସୁସ୍ଥ ହୋଇଥିବା ଦାବି କରିବା ପରେ, ନବଜୋତ କୌର ସିଦ୍ଧୁଙ୍କୁ ୮୫୦ କୋଟି ଟଙ୍କାର ନୋଟିସ୍ ପଠାଇଛି ଛତିଶଗଡ଼ ସିଭିଲ୍ ସୋସାଇଟି।
National
ମୋ’ ଦୁଇ ଛୁଆଙ୍କ ତଣ୍ଟି ଚିପି ଦେଲା ପତ୍ନୀ, ସ୍ୱାମୀ ଆଣିଲେ ସାଂଘାତିକ ଅଭିଯୋଗ
ମା’ଙ୍କ ଉପସ୍ଥିତିରେ ଘରୁ ମିଳିଲା ପୁଅଝିଅଙ୍କ ମୃତଦେହ। ରଶିରେ ବେକକୁ ଚିପି ଉଭୟଙ୍କ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
National
ମାଡ଼ି ଆସୁଛି ବାତ୍ୟା 'ଫେଙ୍ଗଲ', ଆଜି କରିବ ଲ୍ୟାଣ୍ଡଫଲ୍
ସାଇକ୍ଲୋନ୍ ଫେଙ୍ଗଲ ଏବେ ଚେନ୍ନାଇଠାରୁ ୨୫୦ କିମି ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।