ନୂଆଦିଲ୍ଲୀ: ଦେଶର ସମସ୍ତ ଜେଲରେ ସିସିଟିଭି କ୍ୟାମେରା ଲଗାଯିବା ବାଧ୍ୟତାମୂଳକ ବୋଲି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଆଜି ସୁପ୍ରିମକୋର୍ଟ ଦେଇଛନ୍ତି। ଏଥିସହ ଆବଶ୍ୟକ ପଡ଼ିଲେ ଅଘଟଣ ଘଟୁଥିବା ହାଜତଗୁଡ଼ିକରେ ମଧ୍ୟ ଏହି ବ୍ୟବସ୍ଥା କରିବାକୁ କୋର୍ଟ ତାଙ୍କ ନିର୍ଦ୍ଦାଶକରେ କହିଛନ୍ତି । ସବୁ ଜେଲରେ ବର୍ଷେ କିମ୍ୱା ଅତିବେଶୀରେ ୨ବର୍ଷ ମଧ୍ୟରେ ଏହି ସିସିଟିଭି କ୍ୟାମେରା ଲଗାଇବାକୁ କୋର୍ଟ କହିଛନ୍ତି। ଜେଲ୍ ଏବଂ ହାଜତଗୁଡ଼ିକୁ ହିଂସାମୁକ୍ତ କରିବା ଉଦ୍ଦେଶ୍ୟରେ ଦିଲ୍ଲୀପ କେ. ବାସୁ. ନାମକ ଜଣେ ଆବେଦନକାରୀଙ୍କ ପକ୍ଷରୁ ଦାଏର ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଜଷ୍ଟିସ ଟି.ଏସ୍. ଠାକୁର ଏବଂ ଜଷ୍ଟିସ୍ ଆର୍. ଭାନୁମଥୀଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି। ଏହାଛଡ଼ା ସମସ୍ତ ଥାନାରେ ଅତିକମରେ ୨ଜଣ ମହିଳା କନଷ୍ଟେବଳ ନିଯୁକ୍ତି ଦେବାକୁ ମଧ୍ୟ ଖଣ୍ଡପୀଠ ନିର୍ଦ୍ଦେଶରେ ଦର୍ଶାଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଭୋଟ୍ ବେଳେ ବିଟ୍କଏନ୍ ଦୁର୍ନୀତିରେ ଫସିଲେ ଶରଦ ପାଓ୍ୱାରଙ୍କ ଝିଅ?
ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏନ୍ସିପି ନେତ୍ରୀ ସୁପ୍ରିୟା ସୁଲେ। ବିଜେପି ଜାରି କରିଥିବା ଅଡିଓ କ୍ଲିପ୍ରେ ତାଙ୍କର ନୁହଁ। ଏହା ମିଛ ବୋଲି କହିଛନ୍ତି।
National
ଭୋଟିଂ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
National
ବିବାହ ଉତ୍ସବରେ ଟଙ୍କା ବର୍ଷା; ଜେସିବି ଓ ଛାତ ଉପରୁ ଉଡ଼ାଇଦେଲେ ୨୦ ଲକ୍ଷ
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।
National
ମଦ ଭାବି ପିଇ ଦେଲେ ଟଏଲେଟ୍ କ୍ଲିନର୍, ଚାଲିଗଲା ଜୀବନ
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।