ନୂଆଦିଲ୍ଲୀ: ଏଣିକି ମନରେଗା ଯୋଜନାରେ ଶ୍ରମିକଙ୍କ ମଜୁରୀ ସିଧାସଳଖ ସେମାନଙ୍କ ପାଖକୁ ଯିବ। ଆର୍ଥିକ ବ୍ୟାପାର ସମ୍ପର୍କିତ କେନ୍ଦ୍ର କ୍ୟାବିନେଟ୍ କମିଟି ଗତକାଲି ଏହି ପ୍ରସ୍ତାବକୁ ଅନୁମୋଦନ କରିଛି। ଏହାଦ୍ୱାରା ପେ-ଅର୍ଡର ବାହାରିବାର ପରଦିନ ଶ୍ରମିକମାନେ ମଜୁରୀ ପାଇପାରିବେ। ଯୋଜନାର ସଫଳ ରୂପାୟନ ସହ ରାଜ୍ୟଗୁଡ଼ିକୁ ସଶକ୍ତ କରିବା ଲକ୍ଷ୍ୟ ନେଇ କେନ୍ଦ୍ର ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଇଲେକଟ୍ରୋନିକ୍ସ ପାଣ୍ଠି ପରିଚାଳନା ବ୍ୟବସ୍ଥା ଇ-ଏଫଏମ୍ଏମଏସ୍ ସତ୍ତ୍ୱେ କେନ୍ଦ୍ରରୁ ଠିକ୍ ସମୟରେ ପାଣ୍ଠି ଆସିପାରୁ ନାହିଁ। ତେଣୁ ନିର୍ଦ୍ଧାରିତ ସମୟରେ ମଜୁରୀ ପ୍ରଦାନ ପାଇଁ ପାଣ୍ଠି ପହଞ୍ଚି ପାରୁନାହିଁ। ଗ୍ରାମୀଣ ବିକାଶ ମନ୍ତ୍ରାଳୟ ଦ୍ୱାରା ନିର୍ଦ୍ଧାରଣ କରାଯାଇଥିବା ପଦ୍ଧତିରେ ମନରେଗା କାମ କାର୍ଯ୍ୟକାରୀ କରୁଥିବା ଏଜେନସି ଆଦେଶ ଜାରି କରିବା ପରେ କେନ୍ଦ୍ର ସରକାର ନିଶ୍ଚିତ ନିଯୁକ୍ତି ପାଣ୍ଠିକୁ ଅର୍ଥ ପ୍ରଦାନ କରୁଛନ୍ତି। ତେଣୁ ଯୋଜନାର ସଫଳ ରୂପାୟନ ଲାଗି କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।