ନୂଆଦିଲ୍ଲୀ: ଯଦି ଆପଣଙ୍କର ବ୍ୟାଙ୍କରେ କିଛି ଜରୁରୀ କାମ ଅଛି ତେବେ ଆଜି ଶେଷ କରନ୍ତୁ। ଆସନ୍ତାକାଲି (ମଙ୍ଗଳବାର) ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ହେବ। ଫଳରେ ପ୍ରାୟ ୧୦ ଲକ୍ଷ ବ୍ୟାଙ୍କ ବନ୍ଦ ରହିବ। ବ୍ୟାଙ୍କ ସଂଘର ମିଳିତ ଫୋରମ୍ ଅଧୀନରେ ଥିବା ବ୍ୟାଙ୍କ ସଂଘ ଗୁଡ଼ିକ ଏହି ଧର୍ମଘଟ ଡାକରା ଦେଇଛନ୍ତି। ଏଥିଯୋଗୁଁ ସରକାରୀ ବ୍ୟାଙ୍କ ଗୁଡିକରେ ବ୍ୟାଙ୍କିଙ୍ଗ୍ ସେବା ବ୍ୟାହତ ହେବା ଆଶଙ୍କା ରହିଛି। ତେବେ ଅନେକ ଘରୋଇ ବ୍ୟାଙ୍କରେ କାର୍ଯ୍ୟ ସ୍ୱାଭାବିକ ରହିବ ବୋଲି ଜଣାପଡ଼ିଛି। ସେହି ବ୍ୟାଙ୍କ ମଧ୍ୟରେ ଅଛନ୍ତି ଆଇସିଆଇସିଆଇ ବ୍ୟାଙ୍କ, ଏଚ୍ଡିଏଫ୍ସି, ଏକ୍ସିସ୍ ଓ କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ୍।
ସରକାରଙ୍କ ପ୍ରସ୍ତାବିତ ବ୍ୟାଙ୍କ ମିଶ୍ରଣ ନୀତିକୁ ବିରୋଧ କରି କର୍ମଚାରୀମାନେ ଧର୍ମଘଟକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏଆଇବିଓସିର ମହାସଚିବ ଡିଟି ଫ୍ରାଙ୍କୋ କହିଛନ୍ତି,“ମୁଖ୍ୟ ଶ୍ରମ କମିଶନରଙ୍କ ସହ ହୋଇଥିବା ବୈଠକ ବିଫଳ ହୋଇଛି। ଏବେ ୟୁନିୟନ୍ ପାଖରେ ଧର୍ମଘଟ ବ୍ୟତୀତ ଆଉ କିଛି ବିକଳ୍ପ ନାହିଁ। ସରକାର ଓ ବ୍ୟାଙ୍କ ପ୍ରବନ୍ଧନଙ୍କ ପକ୍ଷରୁ କୌଣସି ଆଶ୍ୱାସନା ମିଳି ନାହିଁ।’’
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।