ଲକ୍ଷ୍ନୌ: ଉତ୍ତର ପ୍ରଦେଶ ରାଜ୍ୟସଭା ନିର୍ବାଚନରେ ୧୦ଜଣ ପ୍ରାର୍ଥୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ୧୦ ସିଟ୍ ମଧ୍ୟରୁ ବିଜେପି ୮ଟିରେ ବିଜୟୀ ହୋଇଥିବା ବେଳେ ସମାଜବାଦୀ ପାର୍ଟି (ଏସପି) ଓ ବହୁଜନ ସମାଜ ପାର୍ଟି (ବିଏସପି)ରୁ ଜଣେ ଲେଖାଏ ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି।
ବିଜେପିରୁ ନିର୍ବାଚିତ ହୋଇଥିବା ପ୍ରାର୍ଥୀ ହେଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀ, ଅରୁଣ ସିଂହ, ହରିଦ୍ୱାର ଦୁବେ, ବ୍ରିଜ୍ ଲାଲ୍, ନୀରଜ, ଶେଖର, ଗୀତା ଶାକ୍ୟା, ସୀମା ଦ୍ୱିବେଦୀ ଓ ବିଏଲ୍ ବର୍ମା। ସେହିପରି ଏସପିରୁ ରାମ ଗୋପାଳ ଯାଦବ ଓ ବିଏସପିରୁ ରାମଜୀ ଗୌତମ ରାଜ୍ୟସଭା ପାଇଁ ନିର୍ବାଚିତ ହୋଇଛନ୍ତି।
ଦଶମ ସିଟ୍ ପାଇଁ ବିଏସପି ପ୍ରାର୍ଥୀ ରାମଜୀ ଗୌତମ ଓ ଏସସି ଦ୍ୱାରା ସମର୍ଥିତ ସ୍ୱାଧୀନ ପ୍ରାର୍ଥୀ ପ୍ରକାଶ ବଜାଜଙ୍କ ମଧ୍ୟରେ ହାଇଡ୍ରାମା ଦେଖିବାକୁ ମିଳିଥିଲା। ପରେ ମାମଲାର ସମାଧାନ ହୋଇଥିଲା ଏବଂ ବଜାଜଙ୍କ ପ୍ରାର୍ଥୀପତ୍ର ଖାରଜ କରିଦିଆ ଯାଇଥିଲା। ଶେଷରେ ବିଏସପି ପ୍ରାର୍ଥୀ ମାତ୍ର ୧୦ ଭୋଟ୍ ପାଇ ବିଜୟୀ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଇସ୍ତଫା ଦେଲେ ମହାରାଷ୍ଟ୍ରର କଂଗ୍ରେସ ଅଧ୍ୟକ୍ଷ ନାନା ପଟୋଲେ!
ମହାରାଷ୍ଟ୍ର ନିର୍ବାଚନରେ କଂଗ୍ରେସର ବଡ଼ ପରାଜୟ ପରେ ସେ ନିଜ ପଦରୁ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେଉଛି।
National
କିଏ ହେବ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ? ଫଡନାବିସଙ୍କୁ ସମର୍ଥନ କଲେ ଅଜିତ ପାଓ୍ୱାର
ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଆସନରେ କିଏ ବସିବ ତାକୁ ନେଇ ଜାରି ରହିଛି ସସ୍ପେନ୍ସ। ଏହାରି ଭିତରେ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି ଦେବେନ୍ଦ୍ର ଫଡନାବସ, ଅଜିତ ପାଓ୍ୱାର ଓ ଏକନାଥ ସିନ୍ଦେ।
National
ଜୀବନ ନେଲା ଗୁଗୁଲ ମ୍ୟାପ୍, ଅଧା ଗଢ଼ା ପୋଲରୁ ଖସି ପଡ଼ିଲା କାର୍
ଏକ ବିବାହ ଭୋଜରେ ଯୋଗ ଦେବା ପାଇଁ ୩ ଜଣକ ସାଙ୍ଗ ଗୁରୁଗ୍ରାମରୁ ରାଇବରେଲିକୁ କାର୍ ଯୋଗେ ବାହାରିଥିଲେ। ତେବେ ଠିକଣା ସ୍ଥାନରେ ପହଞ୍ଚିବା ପାଇଁ ଏମାନେ ଗୁଗୁଲ ମ୍ୟାପ୍ର ସାହାରା ନେଇଥିଲେ।
National
ମସଜିଦ ସର୍ଭେକୁ ନେଇ ଥମୁନି ହିଂସା: ୪ ମୃତ, ସ୍କୁଲ ବନ୍ଦ
ହିଂସା ପରେ ସମ୍ଭଲ ଏବଂ ଏହାର ଆଖପାଖ ଅଞ୍ଚଳରେ ଇଣ୍ଟରନେଟ୍ ସେବା ବନ୍ଦ ରଖାଯାଇଛି। ସେହିପରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଆଜି ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
National
ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ
ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଅଧିବେଶନକୁ ସୁରୁଖୁରୁରେ ଚଳାଇବାକୁ ଗତକାଲି ସର୍ବଦଳୀୟ ବୈଠକରେ ଆଲୋଚନା କରାଯାଇଛି।