ଗାନ୍ଧିନଗର: ଗୁଜରାଟର ଗିର୍ ଜାତୀୟ ଉଦ୍ୟାନରୁ ୧୧ଟି ଏସିଆଟିକ୍ ସିଂହଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତ ୧୧ଦିନ ଭିତରେ ଏହି ସିଂହମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ମରିଥିବା ସିଂହଙ୍କ ମଧ୍ୟରେ ତିନିଟି ବୟସ୍କ ସିଂହୀ ଏବଂ ଦୁଇଟି ସିଂହ ଓ ୬ଟି ଛୁଆ ଥିବା ଜଣାପଡ଼ିଛି।
ବିଭାଗୀୟ ସରକାରୀ ଅଧିକାରୀମାନେ କହିଛନ୍ତି ଯେ ଫୁସ୍ଫୁସ୍ ସଂକ୍ରମଣରେ କିଛି ସିଂହଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ କିଛି ନିଜ ନିଜ ମଧ୍ୟରେ ଲଢ଼େଇ କରି ପ୍ରାଣ ହରାଇଛନ୍ତି।
କୁହାଯାଉଛି ମୋଟ ୧୨ଟି ସିଂହଙ୍କ ମୃତ୍ୟୁ ଘଟିଛି। ତେବେ ସରକାରଙ୍କ ପକ୍ଷରୁ ଏନେଇ କିଛି ସ୍ପଷ୍ଟ କରାଯାଇ ନାହିଁ।
ସିଂହ ମୃତ୍ୟୁ ନେଇ ଗୁଜରାଟ ସରକାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ଏସିଆଟିକ୍ ସିଂହଙ୍କ ସଂଖ୍ୟା ବହୁତ କମ୍। ଏମାନଙ୍କ ବଂଶ ଲୋପ ପାଇ ଆସିଲାଣି। ଯେଉଁ ଅଳ୍ପ ସ୍ଥାନରେ ଏମାନଙ୍କ ସତ୍ତା ରହିଛି, ତା’ଭିତରୁ ଗିର୍ ଜାତୀୟ ଉଦ୍ୟାନ ଅନ୍ୟତମ। ୨୦୧୫ ମସିହାର ଗଣନା ଅନୁସାରେ ଏଠାରେ ୫୨୩ଟି ଏସିଆଟିକ୍ ସିଂହ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।