ପ୍ରତାପଗଡ଼ (ରାଜସ୍ଥାନ): ଏକ ବାହାଘର ଶୋଭାଯାତ୍ରା ବେଳେ ଟ୍ରକ୍ ମାଡ଼ି ଯିବାରୁ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି।
ଏହି ଦୁଃଖଦ ଘଟଣା ଘଟିଛି ରାଜସ୍ଥାନର ପ୍ରତାପଗଡ଼ ଜିଲ୍ଲାରେ। ସୋମବାର ବିଳମ୍ବିତ ରାତିରେ ଏ ଘଟଣା ଘଟିଛି।
ରାଜସ୍ଥାନର ରାଜଧାନୀ ଜୟପୁର ଠାରୁ ୪୧୭ କିଲୋମିଟର ଦୂର ଅମ୍ବାୱାଲି ଗାଁରେ ପ୍ରତାପଗଡ଼-ଜୟପୁର ରାଜପଥରେ ଏହି ଶୋଭାଯାତ୍ରା ଚାଲିଥିବା ବେଳେ ଦୁର୍ଘଟଣା ଘଟିଥିଲା। ରାସ୍ତାକଡ଼ରେ ରହୁଥିବା ଲୋକେ ବି ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ।
୯ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ହସ୍ପିଟାଲ୍ ଯିବା ବାଟରେ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ସେହିପରି ବରଙ୍କ ସମେତ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ରବିବାର ରାତିରେ ବିହାରର ଅଶୋକନଗର ଜିଲ୍ଲାରେ ଏକ ଟ୍ରକ୍ ଏକ ଟ୍ୟାକ୍ସିକୁ ଧକ୍କା ଦେବାରୁ ଛଅ ଜଣଙ୍କ ମୃତ୍ୟୁ ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।