କ୍ୱାଲାଲୁମ୍ପୁରରୁ: ଦୀର୍ଘ ୧୭ ମାସ ପରେ ନିଖୋଜ ଥିବା ମାଲେସିଆର ଏୟାର ଲାଇନ ବିମାନ ଏମଏଚ ୩ ୭୦ ପତ୍ତା ମିଳିଛି। ବିମାନଟି ନିଖୋଜ ହୋଇନାହିଁ ବରଂ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ପ୍ରଥମ ଥର ଲାଗି ମାଲେସିଆ ପ୍ରଧାନମନ୍ତ୍ରୀ ନଜୀବ ରଜାକ ସ୍ୱୀକାର କରିଛନ୍ତି। ଏମଏଚ ୩୭୦ ଭଗ୍ନାବଶେଷ ଭାରତ ମହାସାଗରରୁ ମିଳିଥିବା ଏକ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି ନଜୀବ ରଜାକ। ଆଭିଏସନ ଇଣ୍ଡ୍ରଷ୍ଟି ଏକ୍ସପର୍ଟଙ୍କ ଦ୍ୱାରା ତଦନ୍ତରୁ ଏହି କଥା ପ୍ରମାଣିତ ହୋଇଛି। ଗତବର୍ଷ ମାର୍ଚ୍ଚ ୮ତାରିଖରେ ୨୩୯ ଜଣ ଯାତ୍ରୀ ଏବଂ କ୍ରିଉ ମେମ୍ୱରଙ୍କୁ ନେଇ କ୍ୱାଲାଲୁମ୍ପୁରରୁ ବେଜିଂ ଯାତ୍ରା କରୁଥିବା ମାଲେସିଆ ଏୟାର ଲାଇନ ଏମଏଚ ୩୭୦ ହଠାତ୍ ନିଖୋଜ ହୋଇଯାଇଥିଲା। ସେତେବେଳେ ଏହି ବିମାନକୁ ଖୋଜିବାକୁ ଭାରତ, ଚାଇନା ଭଳି ଏକାଧିକ ରାଷ୍ଟ୍ର ବିଫଳ ହୋଇଥିଲେ। ସେବେଠାରୁ ବିମାନ ନିଖୋଜ ହେବା ନେଇ ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳୁଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।