ନୂଆଦିଲ୍ଲୀ: ମୌସୁମୀ କେରଳ ଛୁଇଁଥିବା ବେଳେ ସ୍ଥଳ ଭାଗ ଛୁଇଁ ନାହିଁ। ହେଲେ ଏହାର ପ୍ରଭାବ ଗତକାଲି ଦେଶର କିଛି ସ୍ଥାନରେ ଏବଂ ଆଜି ଦେଖିବାକୁ ମିଳିଛି। ଓଡ଼ିଶାରେ ଆଜି ସକାଳେ ମେଘୁଆ ପାଗ ଦେଖିବାକୁ ମିଳିଛି। ଅନ୍ୟପଟେ ଗତକାଲି ରାତିରେ ୟୁପି ଏବଂ ଉତ୍ତରାଖଣ୍ଡରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବିଜୁଳି ମାରିଥିବା ଜଣାପଡ଼ିଛି।
ଏହାର ପ୍ରଭାବରେ ୧୭ ଲୋକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଯେଉଁଥିରେ ଉତ୍ତର ପ୍ରଦେଶର ୧୧ ଜଣ ଏବଂ ଉତ୍ତରାଖଣ୍ଡର ୬ ଜଣଙ୍କ ମୃତ୍ୟୁ ହୋଇଛି। ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରବଳ ବେଗରେ ପବନ ବୋହିବା ସାଙ୍ଗକୁ ବର୍ଷା ହେବାରୁ କିଛି ସ୍ଥାନରେ ପକ୍କା ଘରର କାନ୍ଥ ମଧ୍ୟ ଭୁଶୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି।
ମୌସୁମୀ କେରଳ ଛୁଇଁଥିବା ବେଳେ ସ୍ଥଳ ଭାଗ ଛୁଇଁ ନାହିଁ। ଏହାକୁ ସକ୍ରିୟ ହେବାକୁ ଆହୁରି ସପ୍ତାହେ ଲାଗିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Viral
ଅଟୋକୁ ଧକ୍କା ଦେଲା କାର୍, ପୁଲିସ୍ କର୍ମଚାରୀଙ୍କୁ ନିର୍ଦ୍ଧୁମ ଛେଚିଲେ ସ୍ଥାନୀୟ ଲୋକ
ପୁଲିସ କର୍ମଚାରୀଙ୍କୁ ସ୍ଥାନୀୟ ଲୋକେ ମାଡ଼ ମାରିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି।
National
୨୬ରେ ଶପଥ ନେବେ ହେମନ୍ତ ସୋରେନ୍
ଆଜି ଅପରାହ୍ନ ୪ଟାରେ ହେମନ୍ତ ସୋରେନ୍ ରାଜଭବନ ଯାଇ ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ଦେବେ। ଏହା ପରେ ପୁନର୍ବାର ସରକାର ଗଠନ ପାଇଁ ଦାବି କରିବେ।
National
ମାୟାବତୀଙ୍କ ବଡ଼ ଘୋଷଣା: ଆଉ କୌଣସି ଉପନିର୍ବାଚନ ଲଢ଼ିବନି ବିଏସ୍ପି
ଉତ୍ତରପ୍ରେଦଶର ୯ଟି ବିଧାନସଭା ଆସନରୁ ଗୋଟିଏରେ ବି ଜିତି ପାରି ନାହିଁ ବିଏସ୍ପି। ବିଜେପି ୬ଟି ଆସନ ଜିତିଛି। ଏହା ବ୍ୟତୀତ ସମାଜବାଦୀ ପାର୍ଟି ଦୁଇଟି ଆସନରେ ଏବଂ ଗୋଟିଏ ଆସନରେ ଆରଏଲଡି ବିଜୟୀ ହୋଇଛି।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
National
ଜାମା ମସଜିଦର ସର୍ଭେ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ମସଜିଦ ସର୍ଭେକୁ ବିରୋଧ କରି ବ୍ୟାପକ ପୋଡ଼ାଜଳା ମଧ୍ୟ ହୋଇଛି। ଏଥିରେ ଜଣେ ଏସ୍ପି, ଇନ୍ସ୍ପେକ୍ଟର ସମେତ ଅନେକ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି।