ମୁମ୍ବାଇ: ମହାରାଷ୍ଟ୍ର ସରକାର ନିଜ ମହିଳା କର୍ମଚାରୀଙ୍କୁ ଗୋଟିଏ ବଡ଼ ଉପହାର ଦେଇଛନ୍ତି। ସରକାରୀ ମହିଳା କର୍ମଚାରୀମାନେ ସେମାନଙ୍କ ଛୁଆଙ୍କ ଦେଖାରେଖା ପାଇଁ ୧୮୦ ଦିନ ଛୁଟି ନେଇ ପାରିବେ ଏବଂ ଏହି ଛୁଟି ପାଇଁ ସେମାନଙ୍କୁ ବେତନ ମଧ୍ୟ ମିଳିବ। ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ହୋଇଛି।
ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଛୁଆକୁ ୧୮ ବର୍ଷ ହେଲା ପର୍ଯ୍ୟନ୍ତ ମହିଳାମାନେ ଏହି ଛୁଟି ନେଇପାରିବେ। ଯଦି ସ୍ତ୍ରୀଙ୍କ ମୃତ୍ୟୁ ହୋଇଯିବ ଓ ଛୁଆକୁ ୧୮ ବର୍ଷ ହୋଇ ନ ଥିବ ତା’ହେଲେ ସ୍ୱାମୀ ମଧ୍ୟ ଏହି ଛୁଟି ନେଇ ପାରିବେ।
ରାଜ୍ୟର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ମହିଳା କର୍ମଚାରୀମାନେ ନିଜ ପିଲାଙ୍କର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବେଳେ ମଧ୍ୟ ଏହି ଛୁଟି ନେଇପାରିବେ। ବର୍ଷକୁ ତିନି ଥର ମହିଳାମାନେ ଏହି ଛୁଟି ମାଗି ପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଭୋଟ୍ ବେଳେ ବିଟ୍କଏନ୍ ଦୁର୍ନୀତିରେ ଫସିଲେ ଶରଦ ପାଓ୍ୱାରଙ୍କ ଝିଅ?
ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏନ୍ସିପି ନେତ୍ରୀ ସୁପ୍ରିୟା ସୁଲେ। ବିଜେପି ଜାରି କରିଥିବା ଅଡିଓ କ୍ଲିପ୍ରେ ତାଙ୍କର ନୁହଁ। ଏହା ମିଛ ବୋଲି କହିଛନ୍ତି।
National
ଭୋଟିଂ ବେଳେ ହଙ୍ଗାମା, ପୁଲିସ ଉପରକୁ ପଥରମାଡ଼
ଉପ-ନିର୍ବାଚନ ବେଳେ ଉତ୍ତେଜନା। ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୂରା ଅଞ୍ଚଳରେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି।
National
କଲବଲ କରୁଛି ପ୍ରଦୂଷଣ: ଓ୍ୱାର୍କ ଫ୍ରମ୍ ହୋମ୍ ଲାଗୁ, ଅଫିସ୍ ଆସିବେ ୫୦% କର୍ମଚାରୀ
ବାୟରୁ ଗୁଣବତ୍ତା ୫୦୦ ପାର୍ କରିଛି। ଥଣ୍ଡା ଯେତିକି ବଢୁଛି ସେହି ହିସାବରେ ଦିଲ୍ଲୀର ବାୟୁ ବିଷାକ୍ତ ହୋଇ ଚାଲିଛି। ବିଷାକ୍ତ ବାୟୁ ଯୋଗୁ ଲେକଙ୍କ ସ୍ୱାସ୍ଥ୍ୟ ମଧ୍ୟ ଖରାପ ହେବାରେ ଲାଗିଛି।
National
ବିବାହ ଉତ୍ସବରେ ଟଙ୍କା ବର୍ଷା; ଜେସିବି ଓ ଛାତ ଉପରୁ ଉଡ଼ାଇଦେଲେ ୨୦ ଲକ୍ଷ
ବର ପକ୍ଷର ବନ୍ଧୁ ପରିଜନ ଛାତ ଉପରେ ତଥା ଏକ ଜେସିବି ଉପରେ ଚଢ଼ି ପ୍ରାୟ ୨୦ ଲକ୍ଷ ଟଙ୍କା ଉଡ଼ାଇଥିବା ଜଣାଯାଇଛି।
National
ମଦ ଭାବି ପିଇ ଦେଲେ ଟଏଲେଟ୍ କ୍ଲିନର୍, ଚାଲିଗଲା ଜୀବନ
କାଚ ବୋତଲରେ ରଖାଯାଇଥିବା ଟଏଲେଟ୍ କ୍ଲିନର୍କୁ ମଦ ଭାବି ଜଣେ ୬୭ ବର୍ଷୀୟ ବୃଦ୍ଧ ପିଇବା ପରେ ତାଙ୍କର ମୃତ୍ୟୁ ହୋଇଛି।