କାବୁଲ: ମହାମାରୀ କରୋନା ଏବେ ଆଫଗାନିସ୍ତାନର ରାଷ୍ଟ୍ରପତି ପ୍ୟାଲେସରେ ପ୍ରବେଶ କରିଛି। ରାଷ୍ଟ୍ରପତି ଅଶ୍ରଫ ଘାନିଙ୍କ ପାଇଁ ପ୍ୟାଲେସରେ ରହି କାର୍ଯ୍ୟ କରୁଥିବା ୨୦ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ପ୍ୟାଲେସର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ହେଲେ ସେ ତାଙ୍କ ନାଁ ଗୋପନ ରଖିଛନ୍ତି। ୨୦ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ସମସ୍ତଙ୍କୁ ସ୍ୱତନ୍ତ୍ର ଆଇସୋଲେସନ ୱାର୍ଡରେ ରଖି ଚିକିତ୍ସା ଯୋଗାଇ ଦିଆଯାଉଛି। ହେଲେ ଗଣମାଧ୍ୟମକୁ ଏହି ଖବର ଠାରୁ ଅତ୍ୟନ୍ତ ଦୂରରେ ରଖାଯାଇଛି।
ପ୍ୟାଲେସର ୨୦ ଜଣ କର୍ମଚାରୀ ରାଷ୍ଟ୍ରପତି ଘନିଙ୍କ ସଂସ୍ପର୍ଶରେ ଆସିଛନ୍ତି କି ନାହିଁ ସେକଥା ଜଣାପଡ଼ିନାହିଁ। ସେହିପରି ରାଷ୍ଟ୍ରପତି ଘନିଙ୍କର କରୋନା ପରୀକ୍ଷା କରାଯାଇଛି କି, ତା’ର ଉତ୍ତର ମଧ୍ୟ ପ୍ୟାଲେସ ପକ୍ଷରୁ ଦିଆଯାଇନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।