ନୂଆଦିଲ୍ଲୀ: ସ୍କୁଲରେ ଛାତ ଭୁଶୁଡ଼ି ୨୫ ଜଣ ପିଲା ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ହୋ ଇଛନ୍ତି। ହରିୟାଣାର ସୋନେପାଟରେ ଏହି ଅଘଟଣା ଘଟିଛି। ଆହତ ଛାତ୍ରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ତିନି ଜଣ ଶ୍ରମିକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ହରିୟାଣାର ଜିଭାନନ୍ଦ ମଡେଲ୍ ପବ୍ଲିକ୍ ସ୍କୁଲର ଛାତ ମରାମତି କାମ ଚାଲୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏହି ଘଟଣା ସୋନିପତର ଗନ୍ନୌରରେ ଘଟିଛି। ଦୁର୍ଘଟଣାରେ ତିନି ଜଣ ଶ୍ରମିକ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଆହତ ଛାତ୍ରଛାତ୍ରୀମାନଙ୍କୁ ଗନ୍ନୌର କମ୍ୟୁନିଟି ହସ୍ପିଟାଲକୁ ପଠାଯାଇଥିବା ବେଳେ ୫ଜଣ ଛାତ୍ରଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଖାନପୁରର ପିଜିଆକୁ ପଠାଯାଇଛି। ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ୨୫ଜଣ ଛାତ୍ରଛାତ୍ରୀ ଆହତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଏହି ଘଟଣାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପୁଣି ବଢ଼ିବ ବିୟର ଦାମ, ଖୁବଶୀଘ୍ର ଘୋଷଣା କରିବେ ସରକାର
ସରକାର ୨୦୨୪ ଅଗଷ୍ଟରେ ଷ୍ଟ୍ରଙ୍ଗ ବିୟର ବୋତଲ ଗୁଡ଼ିକ ଉପରେ ଅତିରିକ୍ତ ଅବକାରୀ ଟିକସ ଲାଗୁ କରିବାକୁ ପ୍ରସ୍ତାବ ଦେଇଥିଲେ।
National
ରୋକୋ-ଟୋକୋ ଅଭିଯାନ ବେଳେ ବାଇକରେ ଚାଲିଥିବା ବେଆଇନ ମଦ ଚାଲାଣର ପର୍ଦ୍ଦାଫାସ
ଆଗକୁ ସାଧାରଣତନ୍ତ୍ର ଦିବସ ଓ ଦିଲ୍ଲୀ ବିଧାନସଭା ନିର୍ବାଚନ ଥିବାରୁ ଦକ୍ଷିଣ ଦିଲ୍ଲୀର ପୁଲିସ୍ କଡ଼ାକଡ଼ି ଯାଞ୍ଚ କରୁଛି।
National
ଇଟାଲୀ ପିଏମ ମେଲୋନିଙ୍କ ସହ ଭାଇରାଲ ମେମ୍ସ: ଏମିତି କହିଲେ ମୋଦି
ରେଳ ଷ୍ଟେସନରେ ଚା’ ବିକିବା ବେଳେ ମୋଦି କେମିତି ହିନ୍ଦୀ ଶିଖିଥିଲେ, ସେକଥା ମଧ୍ୟ କହିଛନ୍ତି।
National
ମୋଦିଙ୍କ ପୋଡକାଷ୍ଟ ଡେବ୍ୟୁ: କହିଲେ- ମୁଁ ମଣିଷ, ଭଗବାନ ନୁହେଁ
୨ ଘଣ୍ଟାର ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ନିଜର ପିଲା ବେଳ ଠାରୁ ଆରମ୍ଭ କରି ସଂଘର୍ଷ ଓ ସରକାର ଚଳାଇବାର କୌଶଳ ସମ୍ପର୍କରେ ମତ ରଖିଛନ୍ତି।
National
ସର୍ଜରୀ ପାଇଁ ଏମ୍ସରେ ଭର୍ତ୍ତି ହେଲା ଜେଲରେ ଥିବା ଛୋଟା ରାଜନ
ଏକଦା ଦାଉଦ ଇବ୍ରାହିମର ସହଯୋଗୀ ଭାବେ କାମ କରୁଥିବା ରାଜନକୁ ୨୦୨୪ରେ ହୋଟେଲ ମାଲିକ ଜୟା ସେଟ୍ଟୀଙ୍କ ହତ୍ୟା ଘଟଣାରେ ଆଜୀବନ ଜେଲଦଣ୍ତ ମିଳିଥିଲା।