ଶ୍ରୀନଗର: ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବାର ୧୨ ଦିନ ପରେ ଆଜି କିଛି ସ୍ଥାନରେ ଫୋନ୍ ସେବା ଆରମ୍ଭ ହୋଇଛି। ଜମ୍ମୁରେ ଇଣ୍ଟରନେଟର ସ୍ପୀଡ୍ ଟୁଜି ରହିଥିବା ବେଳେ କଶ୍ମୀରରେ ଇଣ୍ଟରନେଟ ସେବା ପାଇଁ ଆହୁରି କିଛି ଦିନ ଲାଗିବ ବୋଲି ଜଣାପଡ଼ିଛି। କଶ୍ମୀର ଉପତ୍ୟକା ଓ ଶ୍ରୀନଗରରେ ୧୦୦ରୁ ଅଧିକ ଟେଲିଫୋନ୍ ଏକ୍ସଚେଞ୍ଜ ରହିଥିବା ବେଳେ ୧୭ଟି ଏକ୍ସଚେଞ୍ଜ ସକ୍ରୀୟ ହୋଇଥିବା ସୂଚନା ରହିଛି।
ଜମ୍ମୁ, ସାଂବା, ରିୟାସି, କଠୁଆ, ଉଧମପୁରରେ ଟୁଜି ସ୍ପୀଡରେ ଇଣ୍ଟରନେଟ୍ ରହିଛି। ରଜୋରୀ ଜିଲ୍ଲାରେ ରାତି ୯ରୁ ସକାଳ ୫ ଯାଏ ୧୪୪ ଧାରା ଜାରି ରହିବ ଅନ୍ୟ ସମୟରେ ସ୍ୱାଭାବିକ ରହିବ ବୋଲି ଜିଲ୍ଲାପାଳ କହିଛନ୍ତି।
ଜମ୍ମୁ କଶ୍ମୀରରେ ଅଗଷ୍ଟ ୫ ତାରିଖଠୁ ଫୋନ୍ ଓ ଇଣ୍ଟରନେଟ୍ ସେବା ବନ୍ଦ ରହିଥିଲା। ଧାରା ୩୭୦ ଉଚ୍ଛେଦ ହେବା ପରେ ସରକାର ସଙ୍ଗେସଙ୍ଗେ ଫୋନ୍ ଏବଂ ମୋବାଇଲ୍ ସେବା ଉପରେ ପ୍ରତିବନ୍ଧକ ଲଗାଇଥିଲେ। ଅନ୍ୟପଟେ ସ୍ଥିତି ସ୍ୱାଭାବିକ ହେଉଥିବା ଦେଖି ସୋମବାର ରାଜ୍ୟର ସମସ୍ତ ସ୍କୁଲ, କଲେଜ ଖୋଲିବା ପାଇଁ ନିର୍ଦ୍ଦେଶ ଦେଇଥିବାବେଳେ ଶୁକ୍ରବାରଠାରୁ କିଛି ସରକାରୀ କାର୍ଯ୍ୟାଳୟ ଖୋଲିଥିବା ସୂଚନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।