ନୂଆଦିଲ୍ଲୀ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦୟାନିଧି ମାରନଙ୍କୁ ତିନି ଦିନ ମଧ୍ୟରେ ସିବିଆଇ ନିକଟରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗତ ଜୁନ୍ ୩୦ରେ ମାରାନଙ୍କୁ ମିଳିଥିବା ଆଗୁଆ ଜାମିନକୁ ଖାରଜ କରିବା ସହ ମାଡ୍ରାସ୍ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାର ତଦନ୍ତରେ ମାରାନ୍ ସହଯୋଗ କରୁନଥିବା ସିବିଆଇ ଅଭିଯୋଗ କରିଥିଲା। ଫଳରେ ମାରାନ୍ ଗିରଫ ହେବାର ଆଶଙ୍କା ସୃଷ୍ଟି ହୋଇଛି। ମାରାନ୍ ଟେଲିକମ୍ ମନ୍ତ୍ରୀ ଥିବା ବେଳେ ନିଜ ପଦର ଫାଇଦା ଉଠାଇ ଚେନ୍ନାଇସ୍ଥିତ ନିଜ ବାସଭବନରେ ବେଆଇନ୍ ଭାବେ ଏକ ଅଣ୍ଡରଗ୍ରାଉଣ୍ଡ ଟେଲିକମ୍ ଏକ୍ସଚେଞ୍ଜ ନିର୍ମାଣ କରିଥିବା ସିବିଆଇ ଅଭିଯୋଗ ହୋଇଥିଲା। ଏହି ଏକ୍ସଚେଞ୍ଜରୁ ତାଙ୍କ ଭାଇଙ୍କ ଦ୍ୱାରା ପରିଚାଳିତ ସନ୍ ଟିଭିର ଫାଇଦା ପାଇଁ ଶତାଧିକ କେବୁଲ୍ ବିଛାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଗତମାସରେ ସିବିଆଇ ତାଙ୍କୁ ଜେରା କରିଥିଲା। ତେବେ ସବୁ ଅଭିଯୋଗକୁ ସେ ଖଣ୍ଡନ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।