ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜାମ୍ମୁ ଓ କାଶ୍ମୀର ଉରି ଠାରେ ଆଜି ସକାଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବଳେ ପରେ ସେନା ଗୁଳିରେ ଆଉ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏହାସହ ଆଜି ଗୋଟିଏ ଦିନରେ ସେନା ୩ଜଣ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଥିବା ସୂଚନା ମିଳିଛି। ଶନିବାର ସନ୍ଧ୍ୟାରେ ଜାମ୍ମୁ ଓ କାଶ୍ମୀର ବାରମୂଳା ସେକ୍ଟର ଉରି ଅଞ୍ଚଳରେ ୩ଜଣ ଆତଙ୍କବାଦୀ ପଶିଥିବା ନେଇ ପକ୍କା ସୂଚନା ଦେଇଥିଲା ଗୁଇନ୍ଦା ବିଭାଗ। ଏହାପରେ ଅପରେସନ୍ ଆରମ୍ଭ କରିଦେଇଥିଲେ ଭାରତୀୟ ସେନା। ଅପରେସନ୍ ଚାଲିଥିବା ବେଳେ ଆତଙ୍କବାଦୀ ପ୍ରଥମେ ଭାରତୀୟ ସେନାଙ୍କ ଉପରକୁ ଫାୟାରିଙ୍ଗ କରିଥିଲା। ଏହାପରେ ଗୁଳିର ଜବାବ ଗୁଳିରେ ଦେଇଥିଲା ସେନା। ଏହାସହ କୁପୱାରା ଜିଲ୍ଲାରେ ଥିବା ଏକ ଆତଙ୍କବାଦୀ କ୍ୟାମ୍ପକୁ ମଧ୍ୟ ଆଜି ଧ୍ୱଂସ କରିଛି ଭାରତୀୟ ସେନା। କ୍ୟାମ୍ପରୁ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ଏଥିସହ ଗୋଟିଏ ଆଣ୍ଟି-ଏୟାରକ୍ରାଫ୍ଟ ବନ୍ଧୁକ, ବହୁ ଗୁଳି ଓ ଅସ୍ତ୍ରଶସ୍ତ୍ର ଜବତ କରିଛି ସେନା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।