ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁ-କଶ୍ମୀରର ଶୋଫିଆନରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋଫିଆନ୍‌ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କୀ ନିହତ ହୋଇଛନ୍ତି। ସେମାନଙ୍କ ଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଆଜି ଜୈନପୁରା ଅଞ୍ଚଳର ସୁଗାନ ଗାଁରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ। ଆତଙ୍କବାଦୀମାନେ ଲୁଚି ଥିବା ଅଞ୍ଚଳକୁ ସୁରକ୍ଷାକର୍ମୀ କର୍ଡନ କରି ପ୍ରଥମେ ସମସ୍ତଙ୍କୁ ଆତ୍ମସମର୍ପଣ କରିବାକୁ କହିଥିଲେ। ହେଲେ ଆତଙ୍କବାଦୀମାନେ ଏହାର […]

hg

hg

Hemant Lenka
  • Published: Wednesday, 07 October 2020
  • Updated: 07 October 2020, 08:56 PM IST

ଶ୍ରୀନଗର: ଜମ୍ମୁ-କଶ୍ମୀରର ଶୋଫିଆନରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋଫିଆନ୍‌ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ଆତଙ୍କୀ ନିହତ ହୋଇଛନ୍ତି। ସେମାନଙ୍କ ଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ଆଜି ଜୈନପୁରା ଅଞ୍ଚଳର ସୁଗାନ ଗାଁରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ। ଆତଙ୍କବାଦୀମାନେ ଲୁଚି ଥିବା ଅଞ୍ଚଳକୁ ସୁରକ୍ଷାକର୍ମୀ କର୍ଡନ କରି ପ୍ରଥମେ ସମସ୍ତଙ୍କୁ ଆତ୍ମସମର୍ପଣ କରିବାକୁ କହିଥିଲେ। ହେଲେ ଆତଙ୍କବାଦୀମାନେ ଏହାର ଉତ୍ତର ଗୁଳିରେ ଦେଇଥିଲେ।

ସେମାନେ ଗୁଳିମାଡ଼ କରିବାରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଧ୍ୟ ପାଲଟା ଆକ୍ରମଣ କରାଯାଇଥିଲା। ଦୀର୍ଘ ସମୟ ଧରି ଚାଲିଥିବା ଗୁଳି ବିନିମୟରେ ପ୍ରଥମେ ଦୁଇ ଜଣ ଆତଙ୍କୀ ନିହତ ହୋଇଥିଲେ। ଏହାର କିଛି ସମୟ ପରେ ଆଉ ଜଣେ ଆତଙ୍କୀର ମୁଣ୍ଡ ଗଡ଼ିଥିଲା। ଏବେ ବି ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos