ମୋହାଲି: ପଞ୍ଜାବରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏଯାବତ ୧୩୦ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ୧୦ ଜଣଙ୍କର ମୃତ୍ୟୁ ହୋଇଛି। ଏହାରି ଭିତରେ ମୋହାଲିର ଜବାହରପୁରର ଗୋଟିଏ ଗାଁରେ ୩୪ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଯାହାକୁ ନେଇ ପଞ୍ଜାବବାସୀ ଏବେ ଭୟବୀତ। ଗୋଟିଏ ଗାଁରୁ ୩୪ ଜଣ କରୋନାରେ ଆକ୍ରାନ୍ତ ହେବା କମ୍ୟୁନିଟି ସଂକ୍ରମଣ ବୋଲି ଆଶଙ୍କା କରାଯାଉଛି।
https://twitter.com/ANI/status/1248872626375643136
ମୋହାଲିର ଡେପୁଟି କମିଶନର ଗିରିଶ ଦୟାଲାନ କହିଛନ୍ତି, ମୋହାଲିରେ ଏଯାବତ ୫୦ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ସେଥିମଧ୍ୟରୁ ୩୪ ଜଣ ମୋହାଲିର ଜବାହରପୁର ଗାଁର। ଏହି ଗାଁରେ ଦୁଇ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ୫ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି।
ପଞ୍ଜାବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ପଞ୍ଜାବ ସରକାର ମେ ୧ ଯାଏ ଲକଡାଉନ ଅବଧି ବୃଦ୍ଧି କରିଛନ୍ତି। ଏହାସହିତ ରାଜ୍ୟରେ ମାସ୍କ ପିନ୍ଧିବା ଅନିର୍ବାର୍ଯ୍ୟ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।