ବେଜିଂ: ଚୀନ୍ରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏକ ବସ୍ ଏକ ଟ୍ରକ୍ରେ ପିଟି ହେବାରୁ ୩୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩୬ ଜଣ ଆହତ ହୋଇଛନ୍ତି। ପୂର୍ବ ଚୀନର ଜିଆଂସୁ ପ୍ରଦେଶରେ ଗତକାଲି ସକାଳେ ଏ ଦୁର୍ଘଟଣା ଘଟିଥିବା ନେଇ ଆଜି ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, ବସ୍ଟିରେ ମୋଟ ୬୯ ଜଣ ଯାତ୍ରୀ ଥିଲେ। ବସ୍ଟି ଚାଂଚୁନ୍-ଶେନ୍ଝେନ୍ ଏକ୍ସପ୍ରେସ୍ୱେରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଆହତଙ୍କ ମଧ୍ୟରୁ ୯ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେହିଭଳି ୨୬ ଜଣ ସାମାନ୍ୟ ଆହତ ହୋଇଛନ୍ତି।
୮ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଚାଲିଥିଲା। ତା’ପରେ ଯାଇ ଚାଂଚୁନ୍-ଶେନ୍ଝେନ୍ ଏକ୍ସପ୍ରେସ୍ୱେରେ ଯାତାୟତ ସ୍ୱାଭାବିକ ହୋଇଥିଲା।
ଚୀନ୍ରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଭାରି ସାଧାରଣ। ଏକ ଆକଳନ ଅନୁଯାୟୀ, ୨୦୧୫ରେ ଚୀନ୍ରେ ସଡ଼କ ଦୁର୍ଘଟଣାରେ ୫୮,୦୦୦ ଲୋକଙ୍କ ମୃତ୍ୟୁ ଘଟିଥିଲା। ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନ ଯୋଗୁ ସେ ବର୍ଷ ଅଧିକ ଦୁର୍ଘଟଣା ଘଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏନ୍କାଉଣ୍ଟର, ଟଳିଲେ ୩ ନକ୍ସଲ
ଏହି ଏନକାଉଣ୍ଟରରେ DVCM ସ୍ତରର ନକ୍ସଲମାନଙ୍କୁ ହତ୍ୟା କରାଯାଇଥିବା ଖବର ରହିଛି।
National
କାଲିଠୁ ମହାକୁମ୍ଭ ମେଳା, ଜମିଲାଣି ସାଧୁ ସନ୍ଥଙ୍କ ଭିଡ଼
ଦେଶର ସମସ୍ତ ପ୍ରମୁଖ ଆଖଡ଼ାରୁ ସାଧୁ ସନ୍ଥ ପହଞ୍ଚି ସାରିଲେଣି। ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଓ ମକର ସଂକ୍ରାନ୍ତି। ଏହି ଦୁଇ ଦିନ ହେବ ସାହି ସ୍ନାନ।
National
୨୦ରେ ଟ୍ରମ୍ପଙ୍କ ଶପଥ, ଯୋଗ ଦେବେ ଜୟଶଙ୍କର
ଟ୍ରମ୍ପଙ୍କ ଶପଥ ସମାରୋହରେ ଭାରତ ପକ୍ଷରୁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଅଂଶଗ୍ରହଣ କରିବେ।
National
ରାତି ସାରା ଷ୍ଟୋଭ୍ରେ ବସିଥିଲା ଛୋଲେ, ସକାଳୁ ଚାଲିଗଲା ଦୁଇ ଜୀବନ
ଶ୍ୱାସରୁଦ୍ଧ ହୋଇ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି।