୨୪ ଘଣ୍ଟାରେ ଗଲା ୩୮୦ ଜୀବନ, ୧୦ ହଜାର ପାଖାପାଖି ପହଞ୍ଚିଲା ଦେଶର କରୋନା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୦ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୯୯୦୦କୁ ବୃଦ୍ଧି ପାଇଛି। ୧୦,୬୬୭ ନୂଆ କେସ୍ ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୯୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧,୫୩,୧୭୮ ଜଣ ଚିକିତ୍ସାଧୀନ […]

corona-5

Jitendra Garnayak
  • Published: Tuesday, 16 June 2020
  • , Updated: 16 June 2020, 10:17 AM IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୦,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮୦ ଜଣଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୯୯୦୦କୁ ବୃଦ୍ଧି ପାଇଛି।

୧୦,୬୬୭ ନୂଆ କେସ୍ ସହିତ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୯୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧,୫୩,୧୭୮ ଜଣ ଚିକିତ୍ସାଧୀନ ଥିବା ବେଳେ ୧,୮୦,୦୧୩ ଜଣ ସୁସ୍ଥ ହୋଇସାରିଛନ୍ତି।

ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୧୦,୭୪୪ରେ ପହଞ୍ଚିଥିବା ବେଳେ ୪୧୨୮ ଜଣଙ୍କ ମୃତ୍ୟୁ ଘଟିଛି। ଗୁଜରାଟରେ ୧୫୦୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦିଲ୍ଲୀରେ ୧୪୦୦ ଓ ପଶ୍ଚିମବଙ୍ଗରେ ୪୮୫ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ସାରା ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୦ ଲକ୍ଷ ଅତିକ୍ରମ କରିସାରିଥିବା ବେଳେ ମୃତ୍ୟୁ ସଂଖ୍ୟା ୪,୩୫,୬୮୨ରେ ପହଞ୍ଚିଛି।

Related story