ଲକ୍ଷ୍ନୌ: ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାର ଶିକାର ହୋଇଛି। ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ଉଦ୍ଧରକାରୀ ଟିମ୍ ପହଞ୍ଚି ଆହତ ମାନଙ୍କୁ ସ୍ଥାନୀୟ ହସ୍ପିଟାଲକୁ ସ୍ଥାନାନ୍ତର କରିଛି। ଗତକାଲି ବିଳମ୍ୱିତ ରାତିରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଜୟପୁରରୁ ବିହାର ଯାଉଥିବା ବେଳେ ଉତ୍ତର ପ୍ରଦେଶ କନୌଜ ଦେଇ ଯାଇଥିବା ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସରେ ଏହି ଦୁର୍ଘଟଣା ଘଟିଛି।
ବସ୍ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିବାର ଚିତ୍ର ଦେଖିବାକୁ ମିଳିଛି। ବସକୁ ରାସ୍ତାରୁ ହଟାଇବା ପାଇଁ କ୍ରେନର ସାହାଯ୍ୟ ନେଇଥିଲା ଜିଲ୍ଲା ପ୍ରଶାସନ। ଦୁର୍ଘଟଣା ସମ୍ପର୍କରେ ଖବର ମିଳିବା ପରେ ଜିଲ୍ଲାପାଳ ରବୀନ୍ଦ୍ର କୁମାର ଓ ପୁଲିସ୍ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚିଥିଲେ।
ସ୍ଥାନୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ବସ୍ଟି ଦ୍ରୁତ ଗତିରେ ଯାଉଥିବା ବେଳେ ଟାୟାର ଫାଟି ଯାଇଥିଲା। ଫଳରେ ଜାତୀୟ ରାଜପଥର ଡିଭାଇଡରରେ ବସ୍ଟି ପିଟି ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ରେମରୁ ଆରମ୍ଭ ହତ୍ୟାରେ ଶେଷ: ୬ ମାସ ହେବ ଫ୍ରିଜ୍ରେ ରଖିଥିଲା ଲିଭ୍ ଇନ୍ ପାର୍ଟନରଙ୍କ ଶବ
ସଞ୍ଜୟ ପାଟିଦାରଙ୍କ ସହିତ ପ୍ରେମିକା ପିଙ୍କି ପାଞ୍ଚ ବର୍ଷ ହେଲା ଲିଭ୍-ଇନ ସମ୍ପର୍କରେ ଥିଲେ। ସଞ୍ଜୟ ପୂର୍ବରୁ ବିବାହିତ ଥିଲା।
National
ସ୍ୱାମୀର ମୃତ୍ୟୁ ଖବର ଶୁଣି ଝୁଲି ପଡ଼ିଲେ ସ୍ତ୍ରୀ
ଶୁକ୍ରବାର ସନ୍ଧ୍ୟାରେ ଉଭୟ ବିଜୟ ଏବଂ ଶିବାନୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା।
Science & Environment
ମହାକାଶରେ ହେବ ଗ୍ରହମାନଙ୍କ ପରେଡ୍, ୧୮ରେ ଦୃଶ୍ୟମାନ
ଜାନୁଆରୀ ମାସ ସାରା ସୂର୍ଯ୍ୟାସ୍ତ ପରେ ଚାରୋଟି ଗ୍ରହ ଖାଲି ଆଖିରେ ଦେଖିହେବ। ରାତି ବଢିବା ସଙ୍ଗେ ଏହି ଗ୍ରହ ଗୁଡିକ ପୂର୍ବରୁ ପଶ୍ଚିମ ଆଜକୁ ଗତି କରି କ୍ରମାନ୍ୱୟରେ ଅସ୍ତ ହେବେ।
National
ପୁଣି ସାମ୍ବାଦିକଙ୍କୁ ଟାର୍ଗେଟ୍, ପରିବାରକୁ କୁରାଢ଼ିରେ ହାଣି ଦେଲେ
ସାମ୍ବାଦିକଙ୍କ ବାପା-ମା' ଓ ଭାଇକୁ କୁରାଢ଼ିରେ ହାଣି ଅତି ନିର୍ମମ ଭାବେ ହତ୍ୟା କରାଯାଇଛି।
National
ଦିଲ୍ଲୀ ଦଖଲ କସରତ୍: ଆଜି ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି
ଦିଲ୍ଲୀରେ ଆସନ୍ତା ଫେବ୍ରୁଆରୀ ୫ରେ ଭୋଟିଂ ହେବ। ୮ ତାରିଖରେ ଫଳାଫଳ ଆସିବ।