ନୂଆଦିଲ୍ଲୀ: ଜାମ୍ମୁ ଓ କାଶ୍ମୀର ବାରମୂଳା ଜିଲ୍ଲାରେ ଶନିବାର ଅଘଟଣ ଘଟିଛି। ଶକ୍ତିଶାଳୀ ବିସ୍ଫୋରଣରେ ଜାମ୍ମୁ କାଶ୍ମୀର ପୋଲିସର ଚାରିଜଣ ସୁରକ୍ଷା କର୍ମୀ ସହିଦ ହୋଇଛନ୍ତି । ଏଥିସହ ୨ଜଣ ପୋଲିସ ଗୁରୁତର ଆହତ ହୋଇଛନ୍ତି । ଜାମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ସୋପୋର ଟାଉନରେ ସର୍ଚ୍ଚ ଅପରେସନ କରାଯାଉଥିବା ବେଳେ ଆଇଇଡି ବିସ୍ଫୋରଣ ହୋଇଥିଲା ବିସ୍ପୋରଣର ମାତ୍ରା ଏତେ ଅଧିକ ଥିଲା ଯେ, ସେଠାରେ ଥିବା ତିନିଟି ଦୋକାନ ପୁରା ଧ୍ୱଂସ ହୋଇଯାଇଛି । ବିସ୍ଫୋରଣ ପାଇଁ କୌଣସି ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କରିନାହାନ୍ତି । ବିସ୍ଫୋରଣ ପରେ ପୁରା ସୋପର ଟାଉନକୁ କର୍ଡନ କରି ସର୍ଚ୍ଚ ଅପରେସନ କରାଯାଉଛି ।
ଗତକାଲି ସୀମାରେ ବିସ୍ପୋରକ ସାମଗ୍ରୀଥିବା ଖବର ପାଇ ସେନା ଓ ଜାମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା ଅପରେସନ ବେଳେ କିଛି ବିସ୍ଫୋରକ ଓ ବୋମାକୁ ସେନା ନିଷ୍କ୍ରିୟ କରିଥିଲା କିଛିଦିନ ତଳେ ଆତଙ୍କବାଦୀଙ୍କ ଆକ୍ରମଣରେ ପୁଲୱାମାର ସିଆରପିଏଫ ଟ୍ରେନିଂ ସେଣ୍ଟରରେ ଓଡିଆ ଯବାନ ପ୍ରଦୀପ ପଣ୍ଡାଙ୍କ ସହ ୫ଜଣ ସହିଦ ହୋଇଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।