ଶ୍ରୀନଗର: ଜମ୍ମୁ କଶ୍ମୀରର ବୁଡ଼ଗାମ ଜିଲ୍ଲାରେ ପାକ୍ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତୋଇବାର ୪ ସନ୍ଦିଗ୍ଧ ଆତଙ୍କବାଦୀକୁ ଗିରଫ କରିଛି ପୁଲିସ୍। ଏହି ଜିଲ୍ଲାରେ ଆତଙ୍କୀମାନେ ପୂର୍ବରୁ ସୂଚନା ମିଳିଥିଲା। ଏହାପରେ ସେନା ଏବଂ ଜମ୍ମୁ କଶ୍ମୀର ପୁଲିସ ମିଳିତ ଭାବରେ ସର୍ଚ୍ଚ ଅପରେସନ କରି ୪ ସନ୍ଦିଗ୍ଧଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି।
ଗିରଫ ୪ ଜଣଙ୍କ ମଧ୍ୟରେ ଲଶ୍କରକୁ ସହଯୋଗ କରୁଥିବା ଓ୍ୱାସିମ ଗନି ଏବଂ ତିନି ସହଯୋଗୀ ରହିଛନ୍ତି। ଏହି ତିନି ସହଯୋଗୀ ଫାରୁକ ଅହମଦ ଡର, ମହମ୍ମଦ ୟାସିନ୍ ଏବଂ ଆଜହାରୁଦ୍ଦିନ୍ ମୀର ବୋଲି ପୁଲିସ କହିଛି। ଏହି ସମସ୍ତ ବଡଗାମ ଜିଲ୍ଲାର ବୀରଓ୍ୱାହ ବାସିନ୍ଦା।
ପୁଲିସ ଏମାନଙ୍କ ପାଖରୁ ଅସ୍ତ୍ରଶସ୍ତ୍ର, ଗୁଳି ଓ ଅନ୍ୟାନ୍ୟ କାଗଜ ପତ୍ର ଜବତ କରିଛି। ପୁଲିସ ସନ୍ଦିଗ୍ଧଙ୍କ ବିରୋଧରେ ୟୁଏପିଏ ଏବଂ ଆର୍ମସ ଆକ୍ଟ ସମ୍ୱନ୍ଧିତ ଆଇନ୍ ଲାଗୁ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।