୪୬ ବର୍ଷରେ କେଜ୍ରିୱାଲ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିର ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କର ଆଜି ହେଉଛି ଜନ୍ମଦିନ। ୪୬ ବର୍ଷରେ ପାଦ ଥାପିଛନ୍ତି ସେ। ଆଉ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କେଜ୍ରିୱାଲଙ୍କୁ ଶୁଭେଚ୍ଛା ଜଣାବା ସହିତ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେଜ୍ରିୱାଲ। ଖୁବଶୀଘ୍ର ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କରି  ଦିଲ୍ଲୀ ସମ୍ପର୍କରେ ଆଲୋଚନା କରିବାକୁ […]

Arvind-Kejriwal

Rakesh Mallick
  • Published: Sunday, 16 August 2015
  • , Updated: 16 August 2015, 04:52 AM IST

ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟିର ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କର ଆଜି ହେଉଛି ଜନ୍ମଦିନ। ୪୬ ବର୍ଷରେ ପାଦ ଥାପିଛନ୍ତି ସେ। ଆଉ ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି କେଜ୍ରିୱାଲଙ୍କୁ ଶୁଭେଚ୍ଛା ଜଣାବା ସହିତ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେଜ୍ରିୱାଲ। ଖୁବଶୀଘ୍ର ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କରି  ଦିଲ୍ଲୀ ସମ୍ପର୍କରେ ଆଲୋଚନା କରିବାକୁ ସେ ଚାହୁଁଥିବା ଟ୍ୱିଟ୍ କରି କହିଛନ୍ତି।

ଆମ ଆଦର୍ମୀ ପାର୍ଟିର ବହୁ ନେତା କେଜ୍ରିୱାଲଙ୍କୁ ତାଙ୍କ ବାସଭବନରେ ଭେଟି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଦଳୀୟ ନେତା ସଞ୍ଜୟ ସିଂ ଟ୍ୱିଟ୍ କରି କେଜ୍ରିୱାଲଙ୍କୁ ଶୁଭେଚ୍ଛା ଜଣାଇବା ସହିତ ତାଙ୍କୁ ମହାଭାରତର ଅର୍ଜୁନ ସହିତ ତୁଳନା କରିଛନ୍ତି।

Related story