ବସ୍‌-ଟେମ୍ପୋ ମୁହାଁମୁହିଁ ଧକ୍କା, ଘଟଣା ସ୍ଥଳରେ ୬ ଜଣଙ୍କ ମୃତ୍ୟୁ

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ବଣ୍ଡା ଜିଲ୍ଲାରେ ଆଜି ସନ୍ଧ୍ୟାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ରାଜ୍ୟ ସଡ଼କ ପରିବହନ ବିଭାଗର ଗୋଟିଏ ବସ୍‌ ଓ ଯାତ୍ରୀବାହୀ ଟେମ୍ପୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଟେମ୍ପୋରେ ଥିବା ୯ ଜଣଙ୍କ ମଧ୍ୟରୁ ଘଟଣା ସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆହତ ଅନ୍ୟ ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ଆଜି ସନ୍ଧ୍ୟା ୭ଟାରେ […]

df

Hemant Lenka
  • Published: Thursday, 03 December 2020
  • , Updated: 04 December 2020, 12:35 PM IST

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ବଣ୍ଡା ଜିଲ୍ଲାରେ ଆଜି ସନ୍ଧ୍ୟାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ରାଜ୍ୟ ସଡ଼କ ପରିବହନ ବିଭାଗର ଗୋଟିଏ ବସ୍‌ ଓ ଯାତ୍ରୀବାହୀ ଟେମ୍ପୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଟେମ୍ପୋରେ ଥିବା ୯ ଜଣଙ୍କ ମଧ୍ୟରୁ ଘଟଣା ସ୍ଥଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆହତ ଅନ୍ୟ ୩ ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଆଜି ସନ୍ଧ୍ୟା ୭ଟାରେ ଜମଲାପୁର ଗାଁ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ସମ୍ପର୍କରେ ଖବର ପାଇବା ପରେ ବରିଷ୍ଠ ପୁଲିସ୍‌ ଓ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟତ୍ୱାରାନ୍ୱିତ କରିଥିଲେ।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାରେ ଶୋକ ପ୍ରକାଶ କରିବା ସହ ପୀଡ଼ତ ଓ ଆହତଙ୍କୁ ଉପଯୁକ୍ତ ସହଯୋଗ ଯୋଗାଇ ଦେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

Related story