ଚେନ୍ନାଇ: ଦେଶରେ ସାଂଘାତିକ ହେଉଛି କରୋନା। ମହାରାଷ୍ଟ୍ର, ଗୁଜରାଟ ପରେ ଏବେ ତାମିଲନାଡୁ କରୋନାର ହଟସ୍ପଟ ପାଲଟିଛି। ରବିବାର ଗୋଟିଏ ଦିନରେ ୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇଲେ ରାଜ୍ୟରେ ୧୧,୨୨୪ ଜଣ ଆକ୍ରାନ୍ତ କରୋନାରେ ସଂକ୍ରମିତ ହୋଇଛନ୍ତି। ଏବେ ୬,୯୭୧ ଜଣ ଚିକିତ୍ସାଧୀନ ରହିଛନ୍ତି।
ତେବେ ଆଜି ଗୋଟିଏ ଦିନରେ ୬୩୪ ଆକ୍ରାନ୍ତ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି। ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ଖବର। ମୋଟ୍ ଉପରେ ୪,୧୭୨ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା ସୂଚନା ରହିଛି। ସେହିପରି ୪ ଜଣ ଆଜି କରୋନାରେ ମୃତ୍ୟୁ ବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୭୮ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି।
ତାମିଲନାଡୁ ସରକାରଙ୍କ ସୂଚନା ଅନୁଯାୟୀ, ୩.୨୬ ଲକ୍ଷ ଲୋକଙ୍କ ମଧ୍ୟରେ ୧୩,୦୮୧ ଜଣଙ୍କର କରୋନା ପରୀକ୍ଷା ହୋଇଛି। ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟରୁ ସର୍ବାଧିକ ରାଜଧାନୀ ଚେନ୍ନାଇରୁ ରହିଛନ୍ତି। ୬,୭୫୦ ଆକ୍ରାନ୍ତଙ୍କ ମଧ୍ୟରୁ ୪୮୦ ଆକ୍ରାନ୍ତ ଚେନ୍ନାଇର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।