ବସ୍ ଓ ବୋଲେରୋ ମୁହାଁମୁହିଁ ଧକ୍କା, ୭ ମୃତ
ଲକ୍ଷ୍ନୌ: ଭୋର ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୋଟିଏ ଯାତ୍ରୀବାହୀ ବସ୍ ଏବଂ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ପିଲବିଟ୍ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି। ପୁରନପୁର ଏସପି ଜୟ ପ୍ରକାଶ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପୁରନପୁର ଅଞ୍ଚଳରେ ଏକ ବସ୍ ଏବଂ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ସେଥିରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି। ଶନିବାର ଭୋର୍ ୩ ଟାରୁ ୪ ଟା ମଧ୍ୟରେ ଏହି ଦୁର୍ଘଟଣା ଘଟିଛି।
7 dead and 32 injured after a bus and a Bolero collided with each other in Puranpur area: Jai Prakash, SP Pilibhit pic.twitter.com/l918gQiwIR
— ANI UP (@ANINewsUP) October 17, 2020
ସୂଚନାଯୋଗ୍ୟ, ପିଲବିଟ ଡିପୋରୁ ବସଟି ଲକ୍ଷ୍ନୌ ଅଭିମୁଖେ ଯାଉଥିଲା। ଏହି ସମୟରେ ଏକ ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୭ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ତୁରନ୍ତ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ସମୟରେ ବସ୍ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ ଏବଂ ବୋଲେରୋରେ ୧୦ ଜଣ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।