ବସ୍ ଓ ବୋଲେରୋ ମୁହାଁମୁହିଁ ଧକ୍କା, ୭ ମୃତ

ଲକ୍ଷ୍ନୌ: ଭୋର ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୋଟିଏ ଯାତ୍ରୀବାହୀ ବସ୍ ଏବଂ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ପିଲବିଟ୍ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି। ପୁରନପୁର ଏସପି ଜୟ ପ୍ରକାଶ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପୁରନପୁର ଅଞ୍ଚଳରେ ଏକ ବସ୍ ଏବଂ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ସେଥିରେ ୭ ଜଣଙ୍କର […]

Pilibhit

Subhransu Sekhar
  • Published: Saturday, 17 October 2020
  • , Updated: 17 October 2020, 08:14 AM IST

ଲକ୍ଷ୍ନୌ: ଭୋର ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୋଟିଏ ଯାତ୍ରୀବାହୀ ବସ୍ ଏବଂ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ପିଲବିଟ୍ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି। ପୁରନପୁର ଏସପି ଜୟ ପ୍ରକାଶ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପୁରନପୁର ଅଞ୍ଚଳରେ ଏକ ବସ୍ ଏବଂ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ସେଥିରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି। ଶନିବାର ଭୋର୍ ୩ ଟାରୁ ୪ ଟା ମଧ୍ୟରେ ଏହି ଦୁର୍ଘଟଣା ଘଟିଛି।

https://twitter.com/ANINewsUP/status/1317268826086469633

ସୂଚନାଯୋଗ୍ୟ, ପିଲବିଟ ଡିପୋରୁ ବସଟି ଲକ୍ଷ୍ନୌ ଅଭିମୁଖେ ଯାଉଥିଲା। ଏହି ସମୟରେ ଏକ ବୋଲେରୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୭ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଆହତମାନଙ୍କୁ ତୁରନ୍ତ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ସମୟରେ ବସ୍‌ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ ଏବଂ ବୋଲେରୋରେ ୧୦ ଜଣ ଥିଲେ।

Related story